ଯୁବକଙ୍କୁ ଚାପୁଡ଼ା ମାରି ହଟହଟା ହେଲେ ଗଞ୍ଜାମ ତହସିଲଦାର

ଗଞ୍ଜାମ,୧୩ା୪(ଡି.ଏନ୍‌.ଏ.): ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ବିନା କାରଣରେ ମାଡ଼ ମାରି ଅଡୁଆରେ ପଡ଼ିଛନ୍ତି ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ। ଏହି ଘଟଣାକୁ ନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମରେ ତହସିଲଦାରଙ୍କୁ ଘେର କୈଫିୟତ ମାଗିଥିଲେ।

ସୂଚନାନୁଯାୟୀ, ତହସିଲଦାର ସରକାରୀ ଗାଡ଼ିରେ ଦ୍ରୁତଗତିରେ ସିପକୁଦା ଦେଇ ଯାଉଥିବା ସମୟରେ ବିଲରୁ ଫେରୁଥିବା ଯୁବକ ଅରଣ୍ୟ ନାହକ ଗାଡ଼ିଟିକୁ ଦ୍ରୁତ ଗତିରେ ଯାଉଥିବା ଦେଖି ହାତ ମାରି ଧିରେ ଚଲେଇବାକୁ କହିଥିଲେ। ଏହାପରେ କିଛି ଦୂର ଚାଲିଯାଇଥିବା ତହସିଲଦାର ଗାଡ଼ି ପୁଣି ପଛକୁ ଫେରି, ଯୁବକକୁ କାହିଁକି ହାତ ଦେଖେଇଲୁ କହି ଗାଳି କରିଥିଲେ ଶେଷରେ ତହସିଲଦାର ଉତ୍‌କ୍ଷିପ୍ତ ହୋଇ ଯୁବକକୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଲୋକ ଉତ୍ତେଜିତ ହୋଇ ତହସିଲଦାରଙ୍କୁ ଘେରି ଅଟକ ରଖିଥିଲେ। ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବାରୁ ଘଟଣାସ୍ଥଳରେ ରମ୍ଭା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରି ତହସିଲଦାରଙ୍କୁ ଉଦ୍ଧାର କରିଥିଲା।

ପ୍ରକାଶଯୋଗ୍ୟ, ପୂର୍ବରୁ ତହସିଲଦାର ପେଟ୍ରୋଲ ପମ୍ପରେ ଜଣେ ଯୁବକଙ୍କୁ ଉଠ୍‌ବସ୍‌ କରାଇ ବିବାଦରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri