ଗ୍ୟାସ ଟାଙ୍କି ଫାଟି ଘର ଜଳିଗଲା

ନରସିଂହପୁର, ୧୭ା୯ (ସ୍ବ.ପ୍ର.): କଟକ ଜିଲା ନରସିଂହପୁର ବ୍ଲକ ଅନ୍ତର୍ଗତ ପଦାମାଳ ଗ୍ରାମରେ ଶୁକ୍ରବାର ରୋଷେଇ ବେଳେ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ପରେ ଗ୍ୟାସ ଟାଙ୍କି ଫାଟି ଘର ଜଳିଯାଇଛି। ନିଆଁ ଲିଭାଇବାକୁ ଉଦ୍ୟମ କରି ୧୫ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ପ୍ରକାଶ ଯେ, ପଦାମାଳ ଗ୍ରାମର ଦଣ୍ଡଧର ସାହୁଙ୍କ ସ୍ତ୍ରୀ ଜହ୍ନ ଶୁକ୍ରବାର ସନ୍ଧ୍ୟାରେ ଘରେ ରୋଷେଇ କରୁଥିଲେ। ଏହି ସମୟରେ ଟାଙ୍କିରୁ ଗ୍ୟାସ ଲିକ୍‌ ହୋଇଥିଲା। ସେ ଭୟରେ ବାହାରକୁ ଆସି ପଡ଼ୋଶୀଙ୍କୁ ଡାକିଥିଲେ। ଲୋକେ ଘର ଭିତରେ ପଶିଲା ବେଳକୁ ନିଆଁ ହୁ ହୁ ହୋଇ ଜଳୁଥିଲା। ପରେ ଗ୍ୟାସ ଟାଙ୍କି ଫାଟି ଯାଇଥିଲା। ଫଳରେ ନିଆଁ ଲିଭାଇବାକୁ ଯାଇଥିବା ଲୋକ ଆହତ ହୋଇଛନ୍ତି। ଖବରପାଇ ନରସିଂହପୁର ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଆହତମାନଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ବିଶ୍ୱମ୍ବର ନାୟକ, ବ୍ରଜବନ୍ଧୁ ରାଉତ ଓ ଦିଲୀପ ଟାଉତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି । ପଦାମାଲ ସରପଞ୍ଚ ରାଜକିଶୋର ରାଉତ ବିପନ୍ନଙ୍କ ପରିବାର ନିକଟରେ ପହଞ୍ଚତ୍ ସହାୟତା ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?