ଗ୍ୟାସ୍‌ ଟ୍ୟାଙ୍କର-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଅନୁଗୋଳ ଅଫିସ/ଛେଣ୍ଡିପଦା,୨୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ର ଜରପଡ଼ାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ରବିବାର ସକାଳେ ଜରପଡ଼ା ବସ୍‌ଷ୍ଟାଣ୍ଡ ନିକଟରେ ଏକ ଆମ୍ବୁଲାନ୍ସ ଏବଂ ଗ୍ୟାସ ଟ୍ୟାଙ୍କର୍‌ ସହ ସାମ୍ନାସାମ୍ନି ଧକ୍କା ହେବାରୁ ୪ଜଙ୍କେ ଜୀବନ ଯାଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି।

ସୂଚନାଯୋଗ୍ୟ, ଆମ୍ବୁଲାନ୍ସଟି ସମ୍ବଲପୁରରୁ ୨ ଜଣ ରୋଗୀ ନେଇ ୫୫ ନମ୍ବର ଜାତୀୟ ରାଜପଥରେ କଟକ ଅଭିମୁଖେ ଯାଉଥିଲା । ଜରପଡ଼ା ବସଷ୍ଟାଣ୍ଡ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଗ୍ୟାସ ଟ୍ୟାଙ୍କର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଆମ୍ବୁଲାନ୍ସ ଚାଳକଙ୍କ ସମେତ ଭିତରେ ଥିବା ୪ ଜଣ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଅନ୍ୟ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଜରପଡ଼ା ପୋଲିସ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସ ଗ୍ୟାସ କଟର୍‌ ସାହାଯ୍ୟରେ କାଟି ମୃତଦେହଗୁଡ଼ିକୁ ଉଦ୍ଧାର କରିବା ସହ ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତାହତମାନେ ବୁର୍ଲା ଏବଂ ବଲାଙ୍ଗୀର ଅଞ୍ଚଳର ବୋଲି ସୂଚନା ମିଳିଛ। ଅନ୍ୟପଟେ ଗ୍ୟାସ ଟ୍ୟାଙ୍କର ଚାଳକ କୌଶଳକ୍ରମେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri