ଗ୍ୟାସ୍‌ ଟ୍ୟାଙ୍କର-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଅନୁଗୋଳ ଅଫିସ/ଛେଣ୍ଡିପଦା,୨୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ର ଜରପଡ଼ାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ରବିବାର ସକାଳେ ଜରପଡ଼ା ବସ୍‌ଷ୍ଟାଣ୍ଡ ନିକଟରେ ଏକ ଆମ୍ବୁଲାନ୍ସ ଏବଂ ଗ୍ୟାସ ଟ୍ୟାଙ୍କର୍‌ ସହ ସାମ୍ନାସାମ୍ନି ଧକ୍କା ହେବାରୁ ୪ଜଙ୍କେ ଜୀବନ ଯାଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି।

ସୂଚନାଯୋଗ୍ୟ, ଆମ୍ବୁଲାନ୍ସଟି ସମ୍ବଲପୁରରୁ ୨ ଜଣ ରୋଗୀ ନେଇ ୫୫ ନମ୍ବର ଜାତୀୟ ରାଜପଥରେ କଟକ ଅଭିମୁଖେ ଯାଉଥିଲା । ଜରପଡ଼ା ବସଷ୍ଟାଣ୍ଡ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଗ୍ୟାସ ଟ୍ୟାଙ୍କର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଆମ୍ବୁଲାନ୍ସ ଚାଳକଙ୍କ ସମେତ ଭିତରେ ଥିବା ୪ ଜଣ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଅନ୍ୟ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଜରପଡ଼ା ପୋଲିସ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସ ଗ୍ୟାସ କଟର୍‌ ସାହାଯ୍ୟରେ କାଟି ମୃତଦେହଗୁଡ଼ିକୁ ଉଦ୍ଧାର କରିବା ସହ ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତାହତମାନେ ବୁର୍ଲା ଏବଂ ବଲାଙ୍ଗୀର ଅଞ୍ଚଳର ବୋଲି ସୂଚନା ମିଳିଛ। ଅନ୍ୟପଟେ ଗ୍ୟାସ ଟ୍ୟାଙ୍କର ଚାଳକ କୌଶଳକ୍ରମେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri