ବିଧାୟକଙ୍କ ନିର୍ଦ୍ଦେଶରେ ୩ବର୍ଷ ପରେ ଖୋଲିଲେ ଗେଟ୍‌

କେସିଙ୍ଗା,୧୭।୫(ଡି.ଏନ.ଏ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରସୂତିକାଳୀନ ଏବଂ ଶିଶୁ ସାସ୍ଥ୍ୟ କେନ୍ଦ୍ରକୁ ଯାଇଥିବା ମୁଖ୍ୟ ଗେଟ୍‌କୁ ଜିଲାପାଳଙ୍କ ଉପସ୍ଥିତରେ ଖୋଲା ଯାଇଛି। ଜାତୀୟ ରାଜପଥ ୨୬ ଠାରୁ ମାର୍କେଟ ଦେଇ ପ୍ରସୂତିକାଳୀନ ଏବଂ ଶିଶୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ସଂଯୋଗ ହୋଇଥିବା ମୁଖ୍ୟ ଗେଟ୍‌କୁ ଗତ ୨୦୨୦ ଏପ୍ରିଲ ମାସରୁ କୌଣସି କାରଣରୁ ବନ୍ଦ କରାଯାଇଥିଲା। ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଦୀପ୍ତ କୁମାର ନାଏକ ଜିଲା ମୁଖ୍ୟ ଚିକତ୍ସା ଅଧିକାରୀଙ୍କୁ ଫେବୃଆରୀରେ ଗେଟ୍‌ ଖୋଲିବା ପାଇଁ ଚିଠି ଦ୍ୱାରା ନିର୍ଦ୍ଦେଶ ଦେଇଥିଲେ। ଚିଠି ହସ୍ତଗତ ହେଲାପରେ ଜିଲା ମୁଖ୍ୟ ଚିକତ୍ସା ଅଧିକାରୀ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ବୁଧବାର ଜିଲାପାଳ ନିଜେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଥିଲେ। ଏବଂ ତାଙ୍କ ଉପସ୍ଥିତିରେ ଗେଟ୍‌ ଖୋଲା ଯାଇଥିଲା। ଯାହାଫଳରେ ଜାତୀୟ ରାଜପଥ ଠାରୁ ମାର୍କେଟ ଦେଇ ପ୍ରସୂତିକାଳୀନ ଏବଂ ଶିଶୁ ସାସ୍ଥ୍ୟ କେନ୍ଦ୍ରକୁ ଗମନାଗମନ ସୁବିଧା ହୋଇପାରିଛି। ଗେଟ୍‌ ଖୋଲିବା ସମୟରେ କଳାହାଣ୍ଡି ଜିଲାପାଳ ପି.ଅନେୱସା ରେଡ୍ଡୀ, ସି.ଡ଼ି.ଏମ.ଓ କଳାହାଣ୍ଡି, କେସିଙ୍ଗା ଏସ.ଡ଼ି.ପି.ଓ ରୋହିତ ବର୍ମା, କେସିଙ୍ଗା ବିଡ଼ିଓ ପ୍ରଫୁଲ୍ଲ କୁମାର ଅଦୁ, ଏନ.ଏ.ସି ନିର୍ବାହି ଅଧିକାରିଣୀ କିରଣ ବେହେରା, କେସିଙ୍ଗା ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ଡ଼.ସୁବାଷ ଚନ୍ଦ୍ର ବେହେରାଙ୍କ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri