ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ

ପୁରୀ ଅଫିସ,୨।୨: କୋଭିଡ୍‌ କଟକଣା ଯୋଗୁ ୨୧ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରି କୃତାର୍ଥ ଲଭିଛନ୍ତି। ସକାଳ ୬ଟାରୁ ପଶ୍ଚିମଦ୍ୱାର ଦେଇ ପୁରୀ ସହରବାସୀ ଓ ସିଂହଦ୍ୱାର ଦେଇ ଅନ୍ୟ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ଚାଲିଥିଲା।
ଦର୍ଶନର ପ୍ରଥମ ଦିନରେ ୧୬ ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ କରିଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଶୃଙ୍ଖଳିତ ବ୍ୟବସ୍ଥା ଥିବାବେଳେ କୋଭିଡ୍‌ ଗାଇଡ୍‌ ଲାଇନ୍‌ କଡ଼ାକଡ଼ି ପାଳନ କରାଯାଇଥିଲା। ୮ଟି କିଓସ୍କରେ ଶ୍ରଦ୍ଧାଳୁଙ୍କ ପରିଚୟପତ୍ର, ଆର୍‌ଟି-ପିସିଆର୍‌ ରିପୋର୍ଟ କିମ୍ବା କୋଭିଡ୍‌ ଡବଲ୍‌ ଡୋଜ୍‌ ଟିକାକରଣ ପ୍ରମାଣପତ୍ର ଯାଞ୍ଚ କରାଯାଇଥିଲା। ଦିନତମାମ୍‌ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲେ ମଧ୍ୟ ବିଶେଷ ଗହଳି ଦେଖିବାକୁ ମିଳି ନ ଥିଲା। ସହରର ଟ୍ରାଫିକ୍‌ ବ୍ୟବସ୍ଥା, ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା ଓ ସିଂହଦ୍ୱାର ସମ୍ମୁଖରେ କୋଭିଡ୍‌ କଟକଣା ତଦାରଖ ପାଇଁ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ଉପଜିଲାପାଳ ଭବତାରଣ ସାହୁ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଥିଲେ। କୋଭିଡ୍‌ କଟକଣା ସହ ଶ୍ରଦ୍ଧାଳୁମାନେ ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଦର୍ଶନ କରିଥିବା ସେ କହିଥିଲେ। ଆନନ୍ଦବଜାରରେ ଶ୍ରଦ୍ଧାଳୁମାନେ ମହାପ୍ରସାଦ ସେବନ କରିଛନ୍ତି। ପ୍ରାୟ ୧୦ ହଜାର ଭକ୍ତଙ୍କ ପାଇଁ ମହାପ୍ରସାଦ ପ୍ରସ୍ତୁତ ହୋଇଥିଲା ବୋଲି ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢ଼ିହାରୀ କହିଛନ୍ତି। ବୁଧବାର ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ହେବ। ଏଥିପାଇଁ ଗହଳି ଜୋର ହେବ ଓ ବ୍ୟାପକ ପ୍ରସ୍ତୁତି କରାଯିବ ବୋଲି ଏସ୍‌ପି କନ୍‌ୱର ବିଶାଲ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବେ ଇଷାନ କିଶାନ: ଏହି ଯୁବତୀଙ୍କୁ କରିବେ ଜୀବନସାଥୀ

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି-୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚରେ ଇଷାନ କିଶାନ ପାକିସ୍ତାନ ବିପକ୍ଷରେ ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୪୦ ବଲରେ ୧୦ ଚୌକା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri