ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ

ପୁରୀ ଅଫିସ,୨।୨: କୋଭିଡ୍‌ କଟକଣା ଯୋଗୁ ୨୧ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରି କୃତାର୍ଥ ଲଭିଛନ୍ତି। ସକାଳ ୬ଟାରୁ ପଶ୍ଚିମଦ୍ୱାର ଦେଇ ପୁରୀ ସହରବାସୀ ଓ ସିଂହଦ୍ୱାର ଦେଇ ଅନ୍ୟ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ଚାଲିଥିଲା।
ଦର୍ଶନର ପ୍ରଥମ ଦିନରେ ୧୬ ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ କରିଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଶୃଙ୍ଖଳିତ ବ୍ୟବସ୍ଥା ଥିବାବେଳେ କୋଭିଡ୍‌ ଗାଇଡ୍‌ ଲାଇନ୍‌ କଡ଼ାକଡ଼ି ପାଳନ କରାଯାଇଥିଲା। ୮ଟି କିଓସ୍କରେ ଶ୍ରଦ୍ଧାଳୁଙ୍କ ପରିଚୟପତ୍ର, ଆର୍‌ଟି-ପିସିଆର୍‌ ରିପୋର୍ଟ କିମ୍ବା କୋଭିଡ୍‌ ଡବଲ୍‌ ଡୋଜ୍‌ ଟିକାକରଣ ପ୍ରମାଣପତ୍ର ଯାଞ୍ଚ କରାଯାଇଥିଲା। ଦିନତମାମ୍‌ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲେ ମଧ୍ୟ ବିଶେଷ ଗହଳି ଦେଖିବାକୁ ମିଳି ନ ଥିଲା। ସହରର ଟ୍ରାଫିକ୍‌ ବ୍ୟବସ୍ଥା, ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା ଓ ସିଂହଦ୍ୱାର ସମ୍ମୁଖରେ କୋଭିଡ୍‌ କଟକଣା ତଦାରଖ ପାଇଁ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ଉପଜିଲାପାଳ ଭବତାରଣ ସାହୁ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଥିଲେ। କୋଭିଡ୍‌ କଟକଣା ସହ ଶ୍ରଦ୍ଧାଳୁମାନେ ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଦର୍ଶନ କରିଥିବା ସେ କହିଥିଲେ। ଆନନ୍ଦବଜାରରେ ଶ୍ରଦ୍ଧାଳୁମାନେ ମହାପ୍ରସାଦ ସେବନ କରିଛନ୍ତି। ପ୍ରାୟ ୧୦ ହଜାର ଭକ୍ତଙ୍କ ପାଇଁ ମହାପ୍ରସାଦ ପ୍ରସ୍ତୁତ ହୋଇଥିଲା ବୋଲି ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢ଼ିହାରୀ କହିଛନ୍ତି। ବୁଧବାର ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ହେବ। ଏଥିପାଇଁ ଗହଳି ଜୋର ହେବ ଓ ବ୍ୟାପକ ପ୍ରସ୍ତୁତି କରାଯିବ ବୋଲି ଏସ୍‌ପି କନ୍‌ୱର ବିଶାଲ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri