ଜଳିଗଲା ଘାଗୁଡ଼ିିବନ୍ଧ ଜଙ୍ଗଲ

ଖୋର୍ଦ୍ଧା ଅଫିସ,୧୫ା୩:ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ ହରିପୁର ପଞ୍ଚାୟତର ପୋଡ଼ପଡ଼ା ଗ୍ରାମ ନିକଟ ଘାଗୁଡ଼ିିବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ଏକ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ନିମିଷକରେ ନିଆଁ କ୍ଷୀପ୍ର ଗତିରେ ବରୁଣେଇ ପାହାଡ଼ ପାଦଦେଶ ପର୍ଯ୍ୟନ୍ତ ବ୍ୟାପିଯାଇଥିଲା। ଏହାର ପ୍ରକୋପ ଏତେ ଭୟଙ୍କର ଥିଲା ଯେ, ଅଗ୍ନିଶମ କର୍ମଚାରୀମାନେ ଜଙ୍ଗଲ ଭିତରକୁ ପ୍ରବେଶ କରି ନ ପାରି ରାସ୍ତାପାର୍ଶ୍ୱରେ ରହି ପାଣି ସ୍ପ୍ରେ କରିଥିଲେ। ନିଆଁର ପ୍ରକୋପ କମିବା ପରେ ବନ ଓ ଅଗ୍ନିଶମ କର୍ମଚାରୀମାନେ ଜଙ୍ଗଲ ଭିତରେ ପ୍ରବେଶ କରିଥିଲେ।
ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ କେତେଜଣ ବ୍ୟକ୍ତି ପୋଡ଼ପଡ଼ା ସରଂକ୍ଷିତ ଜଙ୍ଗଲରେ ନିଅଁା ଲାଗିଥିବା ଦେଖି ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖୋର୍ଦ୍ଧା ବନାଞ୍ଚଳ ଅଧିକାରୀ ଏବଂ ଅଗ୍ନିଶମ ଅଧିକାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଜଟଣୀ ଅଗ୍ନିଶମ ବିଭାଗର ୧୫ରୁ ଊର୍ଦ୍ଧ୍ୱ କର୍ମଚାରୀ ଦୀର୍ଘ ୪ଘଣ୍ଟାର ଉଦ୍ୟମ ପରେ ନିଆଁକୁ ଆୟତ୍ତ କରିଥିଲେ। ଏହି କାର୍ଯ୍ୟରେ ୪ଟି ପାଣି ଟ୍ୟାଙ୍କର ନିୟୋଜିତ ହୋଇଥିଲା। ଜଙ୍ଗଲରେ ଦୀର୍ଘଦିନ ଧରି ଶୁଖିଲା ଡାଳପତ୍ର ପଡ଼ିରହିଛି। କୌଣସି ଦୁର୍ବୃତ୍ତ ସେଥିରେ ନିଆଁ ଲଗାଇଦେଇଥିବା ଅନୁମାନ କରାଯାଉଛି। ପୂର୍ବରୁ ମଧ୍ୟ ଏହି ଜଙ୍ଗଲରେ ନିଆଁ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri