ପଖାଳକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳୁ

କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍‌ ମିଳିପାରିନାହିଁ। ସମାଜରେ କେବଳ ପଖାଳକୁ ବଞ୍ଚାଇବା ପାଇଁ ଏହି ଦିବସ ପାଳନ କରାଯାଉଛି। ବାସ୍ତବରେ ଏହାକୁ ଜିଆଇ ଟ୍ୟାଗ୍‌ ମିଳିବା ଆବଶ୍ୟକ ବୋଲି ସହରବାସୀ ମତପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ କହିଛନ୍ତି, ବର୍ତ୍ତମାନ ସମୟରେ ସବୁ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଏଥିରେ ଦ୍ୱିମତ ନାହଁ। ଦୁନିଆରେ ଯେଉଁଠାରେ ବି ଓଡ଼ିଆ ଲୋକମାନେ ରହୁଛନ୍ତି, ସେଠାରେ ସେମାନେ ପଖାଳ ଖାଉଥିବେ। କିନ୍ତୁ ଆଜିପର୍ଯ୍ୟନ୍ତ ପଖାଳକୁ ଏକ ମାନ୍ୟତା ମିଳିବା ଦିଗରେ ବିଳମ୍ବ ହେଉଛି। ଏହି ପ୍ରସଙ୍ଗକୁ ଚଳିତ ବିଧାନସଭାରେ ଉଠାଇବା ସହ କିପରି ସମସ୍ତ ବିଧାୟକ ଏନେଇ ସରକାରଙ୍କୁ ଅବଗତ କରାଇବେ, ସେ ଦିଗରେ ପଦକ୍ଷେପ ନିଆଯିବ। ସେହିପରି ଅଭିନେତା କୁନା ତ୍ରିପାଠୀ କହିଥିଲେ, ପଖାଳକୁ ଜିଆଇ ଟ୍ୟାଗ୍‌ ମିଳିବା ପାଇଁ ପ୍ରତ୍ୟେକ ଓଡ଼ିଆଙ୍କୁ ଆଗକୁ ଆସିବା ଦରକାର। ଓଡ଼ିଆ ଜାତିର ସ୍ବାଭିମାନକୁ ଦୃଷ୍ଟିରେ ରଖି ପଖାଳକୁ ସରକାର ଜିଆଇ ଟ୍ୟାଗ୍‌ ଦେବାରେ ସହାୟତା କରନ୍ତୁ।
ସୋମବାର ବିଶ୍ୱ ପଖାଳ ଦିବସ ଥିବାରୁ ଦିନକ ପୂର୍ବରୁ ଅର୍ଥାତ୍‌ ରବିବାର କଟକରେ ସ୍ବେଚ୍ଛାସେବୀ ସଙ୍ଗଠନଗୁଡ଼ିକ ପକ୍ଷରୁ ଏହି ଦିବସ ପାଳନ କରାଯାଇଛି। ମାଛୁଆ ବଜାରସ୍ଥିତ ଶଶିକଳା ପ୍ୟାଲେସ୍‌ରେ ଜଗନ୍ନାଥ ସେବା ସମିତି ଟ୍ରଷ୍ଟ ପକ୍ଷରୁ ପଖାଳ ଦିବସ ପାଳନ କରାଯାଇଥିଲା। ଏଥିରେ ସିଡିଏ ରଥ ସାହୁ ସ୍କୁଲ୍‌ର ଆଦିବାସୀ ପିଲାଙ୍କୁ ସାମିଲ କରାଯାଇ ପଖାଳ ସହ ଅନ୍ୟାନ୍ୟ ଜିନିଷ ଖାଇବାକୁ ଦିଆଯାଇଥିଲା। ଟ୍ରଷ୍ଟର ଉପଦେଷ୍ଟା କୁନା ତ୍ରିପାଠୀ, ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର, ବୀରେନ୍ଦ୍ର ସାହୁ, ସନ୍ଦୀପ ରାଉତ, ଡ. ପ୍ରଭୁ ଚରଣ ମହାନ୍ତି,ଡା. ଉମେଶ ରାୟ, ହାସ୍ୟ ଅଭିନେତା ରାଜୁ ଦାସ, ମଙ୍ଗଳାବାଗ ଥାନାଧିକାରୀ ସୁଧାଂଶୁ ଭୂଷଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତା ବର୍ଷ ଏହାକୁ ଆହୁରି ଆଡମ୍ବରପୂର୍ଣ୍ଣ ଭାବେ ପାଳନ କରାଯିବ ବୋଲି ସଭାପତି ମନୋଜ ପଣ୍ଡା ଓ ସମ୍ପାଦକ ଶଶାଙ୍କ ଶେଖର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri