ଝିଅ ବାହାଘର ଗୁଆ ଦେବାକୁ ଯାଇ ଫେରିଲେନି

ଢେଙ୍କାନାଳ ଅଫିସ, ୨୫ ।୧ ଝିଅ ବାହାଘର ପାଇଁ ମାମୁ ଘରକୁ ଦେବାକୁ ଯାଉଥିଲେ ଗୁଆ। ହେଲେ ରାସ୍ତାରେ ଆଇରନ୍‌ ବୋଝେଇ ଟ୍ରକ୍‌ ସାଜିଲା ମୃତ୍ୟୁର ଦୂତ ଏବଂ ଦୁର୍ଘଟଣାରେ ସବୁଦିନ ପାଇଁ ଅଫେରା ରାଇଜକୁ ଚାଲିଗଲେ ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ମଙ୍ଗଳପୁର ଗ୍ରାମର ଚିନ୍ତାମଣି ସାହୁ (୪୦)। ସୋମବାର ଅପରାହ୍ନ ପ୍ରାୟ ୨ଟାରେ ୫୫ନଂ. ଜାତୀୟ ରାଜପଥର ଇଟାପ ଓଭରବ୍ରିଜ୍‌ ନିକଟରେ ଘଟିଥିବା ଏଭଳି ଏକ ଦୁଃଖଦ ଦୁର୍ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଅଞ୍ଚଳବାସୀ ଟାୟାର ଜାଲି ରାସ୍ତା ଅବରୋଧ କରିଥିଲେ। କଣ୍ଟାବଣିଆ ଥାନାରେ ଓଡ଼ାପଡ଼ା ତହସିଲଦାର ବାଣୀ ନିବେଦିତା ସ୍ବାଇଁ, ଥାନାଧିକାରୀ ସବିତା ପାତ୍ର, ମୋଟଙ୍ଗା ଥାନାଧିକାରୀ ନିରଞ୍ଜନ ସେଠୀ ପ୍ରମୁଖ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ମାଲିକ ମୃତକଙ୍କ ପରିବାରକୁ ୧ ଲକ୍ଷ ୮୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ସହମତ ହୋଇଛନ୍ତି। ସେହିପରି ଜାତୀୟ ରାଜପଥରେ ହୋଇଥିବା ଖାଲଖମା ମରାମତି କରିବା ସହ ଯାନବାହନ ଚଳାଚଳ ସୁଗମ କରିବାକୁ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ଏହାପରେ ରାସ୍ତା ଅବରୋଧ ହଟିଥିଲା।
ପୋଲିସ ସୂଚନା ଅନୁଯାୟୀ, ଆସନ୍ତା ଫେବୃୟାରୀ ୫ରେ ଚିନ୍ତାମଣିଙ୍କ ଝିଅ ବାହାଘର ସ୍ଥିର ହୋଇଛି। ଏଥିଲାଗି ସେ ମାମୁ ଘର ବିଡୋ ଗ୍ରାମକୁ ଗୁଆ ଦେବା ପାଇଁ କଣ୍ଟାବଣିଆ ଛକରୁ ବାଇକ୍‌ରେ ଯାଉଥିଲେ। ଇଟାପ ଓଭରବ୍ରିଜ୍‌ ନିକଟରେ ଟାଟାଷ୍ଟିଲ୍‌ କମ୍ପାନୀକୁ ଆଇରନ୍‌ ଧରି ଆସୁଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri