ଝିଅ ବାହାଘର ଗୁଆ ଦେବାକୁ ଯାଇ ଫେରିଲେନି

ଢେଙ୍କାନାଳ ଅଫିସ, ୨୫ ।୧ ଝିଅ ବାହାଘର ପାଇଁ ମାମୁ ଘରକୁ ଦେବାକୁ ଯାଉଥିଲେ ଗୁଆ। ହେଲେ ରାସ୍ତାରେ ଆଇରନ୍‌ ବୋଝେଇ ଟ୍ରକ୍‌ ସାଜିଲା ମୃତ୍ୟୁର ଦୂତ ଏବଂ ଦୁର୍ଘଟଣାରେ ସବୁଦିନ ପାଇଁ ଅଫେରା ରାଇଜକୁ ଚାଲିଗଲେ ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ମଙ୍ଗଳପୁର ଗ୍ରାମର ଚିନ୍ତାମଣି ସାହୁ (୪୦)। ସୋମବାର ଅପରାହ୍ନ ପ୍ରାୟ ୨ଟାରେ ୫୫ନଂ. ଜାତୀୟ ରାଜପଥର ଇଟାପ ଓଭରବ୍ରିଜ୍‌ ନିକଟରେ ଘଟିଥିବା ଏଭଳି ଏକ ଦୁଃଖଦ ଦୁର୍ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଅଞ୍ଚଳବାସୀ ଟାୟାର ଜାଲି ରାସ୍ତା ଅବରୋଧ କରିଥିଲେ। କଣ୍ଟାବଣିଆ ଥାନାରେ ଓଡ଼ାପଡ଼ା ତହସିଲଦାର ବାଣୀ ନିବେଦିତା ସ୍ବାଇଁ, ଥାନାଧିକାରୀ ସବିତା ପାତ୍ର, ମୋଟଙ୍ଗା ଥାନାଧିକାରୀ ନିରଞ୍ଜନ ସେଠୀ ପ୍ରମୁଖ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ମାଲିକ ମୃତକଙ୍କ ପରିବାରକୁ ୧ ଲକ୍ଷ ୮୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ସହମତ ହୋଇଛନ୍ତି। ସେହିପରି ଜାତୀୟ ରାଜପଥରେ ହୋଇଥିବା ଖାଲଖମା ମରାମତି କରିବା ସହ ଯାନବାହନ ଚଳାଚଳ ସୁଗମ କରିବାକୁ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ଏହାପରେ ରାସ୍ତା ଅବରୋଧ ହଟିଥିଲା।
ପୋଲିସ ସୂଚନା ଅନୁଯାୟୀ, ଆସନ୍ତା ଫେବୃୟାରୀ ୫ରେ ଚିନ୍ତାମଣିଙ୍କ ଝିଅ ବାହାଘର ସ୍ଥିର ହୋଇଛି। ଏଥିଲାଗି ସେ ମାମୁ ଘର ବିଡୋ ଗ୍ରାମକୁ ଗୁଆ ଦେବା ପାଇଁ କଣ୍ଟାବଣିଆ ଛକରୁ ବାଇକ୍‌ରେ ଯାଉଥିଲେ। ଇଟାପ ଓଭରବ୍ରିଜ୍‌ ନିକଟରେ ଟାଟାଷ୍ଟିଲ୍‌ କମ୍ପାନୀକୁ ଆଇରନ୍‌ ଧରି ଆସୁଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri