ପେଡ୍‌ ପିରିୟଡ ଲିଭ୍‌ ଦାବି କଲେ ସମ୍ବଲପୁର ଝିଅ

ସମ୍ବଲପୁର,୨୮ା୫(ବ୍ୟୁରୋ): ଋତୁସ୍ରାବ ସମୟରେ କର୍ମଜୀବୀ ମହିଳା ଅସ୍ବସ୍ତି ଅନୁଭବ କରିଥାନ୍ତି। ଏଥିରୁ ଆଶ୍ୱସ୍ତି ପାଇବା ପାଇଁ ସମ୍ବଲପୁର ଏନ୍‌ଗୁହା ଲାଇନର ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ଆଗେଇ ଆସିଛନ୍ତି। ସେ ପେଡ୍‌ ପିରିୟଡ ଲିଭ୍‌ ପାଇଁ କେନ୍ଦ୍ର ଶ୍ରମମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ଅନ୍‌ଲାଇନ୍‌ରେ ଅନୁରୋଧ କରିଛନ୍ତି। ସମସ୍ତ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟରତ ମହିଳାଙ୍କୁ ଋତୁସ୍ରାବ ସମୟରେ ଛୁଟି ପ୍ରଦାନ କରିବାକୁ ଏଥିରେ ଉଲ୍ଲେଖ କରିଛନ୍ତି। ଏହାସହ ସେ ଏକ ହସ୍ତାକ୍ଷର ଅଭିଯାନ ମଧ୍ୟ ଆରମ୍ଭ କରିଛନ୍ତି।
ପ୍ରିୟଦର୍ଶିନୀଙ୍କ ଦାବି ଅନୁସାରେ ବିଭିନ୍ନ କ୍ଷେତ୍ରରେ ଏବେ ଦେଶରେ ମହିଳାଙ୍କୁ ଅଗ୍ରାଧିକାର ଦିଆଯାଉଛି। ଶିକ୍ଷା, ସ୍ବାସ୍ଥ୍ୟକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଋତୁସ୍ରାବ ସମୟରେ ମହିଳାମାନେ କିଭଳି ସମୟ କାଟିବେ ସେ ସମ୍ପର୍କରେ ସଚେତନ କରାଯାଉଛି। ଏହା ସତ୍ତ୍ୱେ କର୍ମଜୀବୀ ମହିଳା, ମହିଳା ଶ୍ରମିକ ଏହି ସମୟରେ ହଇରାଣ ହେଉଛନ୍ତି। ସରକାରୀ ହେଉ କି ଘରୋଇ ଅନୁଷ୍ଠାନ, ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇ ନାହିଁ। ମହିଳାଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ଆଇନ ରହିଛି। ତେଣୁ ସରକାରୀ ସ୍ତରରେ ପଦକ୍ଷେପ ଗ୍ରହଣ କରି ମହିଳାଙ୍କ ସୁବିଧା ଓ ସୁରକ୍ଷା ପାଇଁ ପେଡ୍‌ ପରିୟଡ ଲିଭ୍‌ ଲାଗୁ କରିବା ଆବଶ୍ୟକ। ପ୍ରିୟଦର୍ଶିନୀ କହିଛନ୍ତି, ଅନ୍ୟ କେତେକ ଦେଶର ମହିଳାଙ୍କୁ ଏହି ସମୟରେ ଛୁଟି ଦିଆଯାଇଥାଏ। ତେଣୁ ଆମ ଦେଶରେ ଏହି ସୁବିଧା ଦିଆଯିବା ଆବଶ୍ୟକ ଭାବି ମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri