ପେଡ୍‌ ପିରିୟଡ ଲିଭ୍‌ ଦାବି କଲେ ସମ୍ବଲପୁର ଝିଅ

ସମ୍ବଲପୁର,୨୮ା୫(ବ୍ୟୁରୋ): ଋତୁସ୍ରାବ ସମୟରେ କର୍ମଜୀବୀ ମହିଳା ଅସ୍ବସ୍ତି ଅନୁଭବ କରିଥାନ୍ତି। ଏଥିରୁ ଆଶ୍ୱସ୍ତି ପାଇବା ପାଇଁ ସମ୍ବଲପୁର ଏନ୍‌ଗୁହା ଲାଇନର ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ଆଗେଇ ଆସିଛନ୍ତି। ସେ ପେଡ୍‌ ପିରିୟଡ ଲିଭ୍‌ ପାଇଁ କେନ୍ଦ୍ର ଶ୍ରମମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ଅନ୍‌ଲାଇନ୍‌ରେ ଅନୁରୋଧ କରିଛନ୍ତି। ସମସ୍ତ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟରତ ମହିଳାଙ୍କୁ ଋତୁସ୍ରାବ ସମୟରେ ଛୁଟି ପ୍ରଦାନ କରିବାକୁ ଏଥିରେ ଉଲ୍ଲେଖ କରିଛନ୍ତି। ଏହାସହ ସେ ଏକ ହସ୍ତାକ୍ଷର ଅଭିଯାନ ମଧ୍ୟ ଆରମ୍ଭ କରିଛନ୍ତି।
ପ୍ରିୟଦର୍ଶିନୀଙ୍କ ଦାବି ଅନୁସାରେ ବିଭିନ୍ନ କ୍ଷେତ୍ରରେ ଏବେ ଦେଶରେ ମହିଳାଙ୍କୁ ଅଗ୍ରାଧିକାର ଦିଆଯାଉଛି। ଶିକ୍ଷା, ସ୍ବାସ୍ଥ୍ୟକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଋତୁସ୍ରାବ ସମୟରେ ମହିଳାମାନେ କିଭଳି ସମୟ କାଟିବେ ସେ ସମ୍ପର୍କରେ ସଚେତନ କରାଯାଉଛି। ଏହା ସତ୍ତ୍ୱେ କର୍ମଜୀବୀ ମହିଳା, ମହିଳା ଶ୍ରମିକ ଏହି ସମୟରେ ହଇରାଣ ହେଉଛନ୍ତି। ସରକାରୀ ହେଉ କି ଘରୋଇ ଅନୁଷ୍ଠାନ, ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇ ନାହିଁ। ମହିଳାଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ଆଇନ ରହିଛି। ତେଣୁ ସରକାରୀ ସ୍ତରରେ ପଦକ୍ଷେପ ଗ୍ରହଣ କରି ମହିଳାଙ୍କ ସୁବିଧା ଓ ସୁରକ୍ଷା ପାଇଁ ପେଡ୍‌ ପରିୟଡ ଲିଭ୍‌ ଲାଗୁ କରିବା ଆବଶ୍ୟକ। ପ୍ରିୟଦର୍ଶିନୀ କହିଛନ୍ତି, ଅନ୍ୟ କେତେକ ଦେଶର ମହିଳାଙ୍କୁ ଏହି ସମୟରେ ଛୁଟି ଦିଆଯାଇଥାଏ। ତେଣୁ ଆମ ଦେଶରେ ଏହି ସୁବିଧା ଦିଆଯିବା ଆବଶ୍ୟକ ଭାବି ମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri