ଝିଅ ପସନ୍ଦ କଲା ବ୍ୟାଗ୍‌, କିଣିବା ପୂର୍ବରୁ ଦାମ୍‌ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ ଅଭିନେତା

ବଲିଉଡ୍‌ ଅଭିନେତା ନୱାଜୁଦ୍ଦିନ ସିଦ୍ଦିକି ବେଶ୍‌ ସାଧାସିଧା ଜୀବନଯାପନ କରନ୍ତି। ତାଙ୍କ ପିଲାମାନଙ୍କର ପ୍ରତ୍ୟେକ ଇଚ୍ଛା ପୂରଣ କରିବାକୁ ଚେଷ୍ଟା କରନ୍ତି। ନୱାଜ ତାଙ୍କ ଝିଅ ଶୋରା ପାଇଁ କିଛି କରିବାକୁ ପ୍ରସ୍ତୁତ ଥାନ୍ତି। ଏଥର ଝିଅକୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିବା ତାଙ୍କ ପାଇଁ ଭାରୀ ପ୍ରମାଣିତ ହୋଇଛି। ଶୋରା ପାପାଙ୍କୁ ଦୁବାଇରେ ଏକ ବ୍ୟାଗ କିଣିଦେବାକୁ କହିଥିଲେ। ନୱାଜୁଦ୍ଦିନ ମଧ୍ୟ ଏକ ଦୁବାଇରେ ଥିବା ଏକ ମଲ୍‌ ନେଇଯାଇଥିଲେ। ସେଠାରେ ଶୋରା କହିଥିଲେ, ମୁଁ ଏକ ଛୋଟ ବ୍ୟାଗ୍‌ ନେବି। କିନ୍ତୁ ବ୍ୟାଗ୍‌ ଦାମ୍‌ ଦେଖି ନୱାଜୁଦ୍ଦିନଙ୍କ ହୋଶ୍‌ ଉଡିଯାଇଥିଲା।
ନୱାଜ କହିଛନ୍ତି, ମୁଁ ଏହା ଏକ ଛୋଟ ବ୍ୟାଗ ବୋଲି ଭାବୁଥିଲି କିନ୍ତୁ ଏହା ଏକ ବଡ଼ ବ୍ରାଣ୍ଡର ବୋଲି ସେ ଜାଣି ନ ଥିଲେ। ମୁଁ ଭାବିଲି ଏହା ଏକ ଛୋଟ ବ୍ୟାଗ କମ୍‌ ଦାମ୍‌ର ରହିବ କିନ୍ତୁ ସେ ଏକ ଲୁଇ ଭ୍ୟୁଟନ ବ୍ୟାଗ ଉଠାଇଥିଲା। ଏହା ବହୁତ ମହଙ୍ଗା ଥିଲା। ଏହାର ମୂଲ୍ୟ ୨.୫ ଲକ୍ଷ ଟଙ୍କା ଥିଲା। ଆଶ୍ଚର୍ଯ୍ୟ ହେଲେ ସୁଦ୍ଧା ମୁଁ ଏହା ତା’ ପାଇଁ କିଣିଥିଲି। ଶୋରା ପାଇଁ ମୁଁ ସବୁକିଛି କରିବାକୁ ପ୍ରସ୍ତୁତ।
ନୱାଜୁଦ୍ଦିନ ସିଦ୍ଦିକି ଏବଂ ଆଲିଆ ସିଦ୍ଦିକିଙ୍କର ଦୁଇଟି ସନ୍ତାନ ଅଛନ୍ତି। ତାଙ୍କର ଏକ ଝିଅ ଶୋରା ଏବଂ ପୁଅ ୟାନି ସିଦ୍ଦିକି ମଧ୍ୟ ଅଛନ୍ତି। ଏହି ଦମ୍ପତିଙ୍କ କିଛି ଦିନ ପୂର୍ବରୁ ଛାଡପତ୍ର ପାଇଁ ମାମଲା ରୁଜୁ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri