ପୁରଷ ବନ୍ଧୁଙ୍କ ପାଇଁ ନିଜ ଘର ସହ ବନ୍ଧୁବାନ୍ଧବ ଘରୁ ଚୋରି କରୁଥିଲା ଝିଅ, ଧରିଲା ପୋଲିସ

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ସହର ହରିପୁର ଅଞ୍ଚଳର ଶରତ କୁମାର ନାୟକଙ୍କ ଘରୁ ଓ ତାଙ୍କ ବନ୍ଧୁବାନ୍ଧବଙ୍କ ଘରୁ ବାରମ୍ବାର ଚୋରି ହେଉଥିବା ନେଇ ସହଦେବଖୁଣ୍ଟା ଥାନାରେ ଅଭିଯୋଗ ହୋଇଥିଲା। ବର୍ଷାଧିକ କାଳ ଧରି ଏହି ଚୋରିରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଥିବା ବେଳେ ଆଉ ୨ଜଣ ଫେରାର ହୋଇଯାଇଛନ୍ତି। ଗିରଫ ୩ଜଣ ହେଲେ ରେମୁଣା ଥାନା କୁରୁଣିଆପାଟଣା ଅଞ୍ଚଳର ୧୯ବର୍ଷର ଜଣେ ଯୁବକ, ସିଂଲା ଥାନା ଅଧୀନ ୨୯ ଓ ୪୨ବର୍ଷର ଦୁଇଜଣ ମହିଳା। ସେମାନଙ୍କ ନିକଟରୁ ୧୦୬.୩୯ ଗ୍ରାମ୍‌ ଓଜନର ସୁନାଗହଣା, ଗୋଟିଏ ବାଇକ୍‌ ସହିତ ନଗଦ ୨୦ହଜାର ଟଙ୍କା ଜବତ କରାଯାଇଥିବା ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥ ସୂଚନା ଦେଇଛନ୍ତି।
ଗିରଫ ଯୁବକଜଣକ ଶରତଙ୍କ ନାବାଳିକା ଝିଅ ମାଧ୍ୟମରେ ଏହି ଚୋରି ଚଳାଇଥିବା ଜଣାପଡ଼ିଥିଲା। ନାବାଳିକାଙ୍କ ବନ୍ଧୁ ସାଜିଥିବା ଯୁବକ ତାଙ୍କୁ ଡରାଇ ଧମକାଇ ଏହି ଚୋରି କରୁଥିଲେ। ଚୋରିଗହଣାକୁ ସେ ନେଇ ଅନ୍ୟ ଜଣଙ୍କୁ ଦେଉଥିଲେ। ଉକ୍ତ ଯୁବକ ସବୁ ସୁନାଗହଣା ତାଙ୍କ ସ୍ତ୍ରୀ ଓ ଭଉଣୀ ପାଖରେ ରଖୁଥିଲେ। ସେଥିରୁ ଆବଶ୍ୟକ ମୁତାବକ ସୁନାବନ୍ଧକ ଦେଇ ବାଲେଶ୍ୱରର ଆଇଆଇଏଫ୍‌ଏଲ୍‌ ଫାଇନାନ୍ସରୁ ଗୋଲଡ ଲୋନ୍‌ ଓ ଫେଡେରାଲ ବ୍ୟାଙ୍କର ନିଧିପଣ୍ଡା ବ୍ରାଞ୍ଚରୁ ଋଣ ନେଇଛନ୍ତି। ଏପରିକି ସୁନା ଋଣରୁ ଯୁବକଜଣକ ଏକ ୟାମାହା ବାଇକ୍‌ କିଣିଥିବା ଜଣାପଡ଼ିଛି। ନାବାଳିକାଙ୍କ ମାଧ୍ୟମରେ ସୁନା ଆଣୁଥିବା ଯୁବକଜଣକ ଗିରଫ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଫେରାର ଅଛନ୍ତି। ସେମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ସିଟି ଡିଏସ୍‌ପି ଗାୟତ୍ରୀବାଳା ପ୍ରଧାନ ଓ ସହଦେବଖୁଣ୍ଟା ଥାନାଧିକାରୀ ଶୁଭ୍ରାଂଶୁ ଶେଖର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri