ପ୍ରେମିକଙ୍କ ସହ ଫୋନ୍‌ରେ କଥା ହେଉଥିଲେ ଝିଅ, ବାପା ମନା କରିବାରୁ ଘଟାଇଲେ ଏମିତି କାଣ୍ଡ

ଭୋପାଳ,୧୭।୧: ମଧ୍ୟପ୍ରଦେଶର ବୈତୁଲରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ସହ କଥା ନ ହେବା ପାଇଁ ଝିଅକୁ ବାପା ମନା କରିବାରୁ ନାବାଳିକା ଝିଅଟି ପ୍ରେମିକ ଏବଂ ବନ୍ଧୁଙ୍କ ସହ ମିଶି ନିଜ ବାପାଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ଘଟଣାଟି ବୈତୁଲର ସାରଣୀ ଅଞ୍ଚଳରେ ଘଟିଛି। ଶନିବାର ସାରଣୀ ପୋଲିସ ଏହି ହତ୍ୟା ଘଟଣାର ପର୍ଦ୍ଦାଫାଶ କରି କହିଛି, ଏହି ହତ୍ୟାରେ ମୃତକଙ୍କ ନାବାଳିକା ଝିଅଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଝିଅଟି ହତ୍ୟା କରିବା ପରେ ମୃତଦେହକୁ ଘରେ କମ୍ବଳ ଘୋଡ଼ାଇ ୩ ଦିନ ପର୍ଯ୍ୟନ୍ତ ରଖିଥିଲେ। ପୋଲିସ କହିଛି, ଗତ ୧୪ ତାରିଖରେ ବବୁଲ ନାଗଲେ ଏ ବିଷୟରେ ପୋଲିସକୁ ସୂଚନା ଦେଇଥିଲେ ଯେ, ତାଙ୍କ ଭିଣୋଇ ଶ୍ରୀରାମ ହୁରମାଡେ ଏବଂ ତାଙ୍କ ନାବାଳିକା ଝିଅ ସହିତ ସୁଭାଷ ନଗରରେ ରହୁଥିଲେ। ସେ ଶ୍ରୀରାମଙ୍କୁ ଫୋନ୍‌ କରିଥିଲେ ମଧ୍ୟ ତାଙ୍କ ସହ କଥା ହୋଇପାରି ନ ଥିଲେ। ୧୪ ଜାନୁୟାରୀରେ ଜଣାପଡ଼ିଲା କି, ଶ୍ରୀରାମଙ୍କ ଘର ପଛପଟୁ ଗନ୍ଧ ଆସୁଥିଲା। ମାତ୍ର ତାଙ୍କ ଝିଅ ଦେଖିବା ପାଇଁ ଯିବାକୁ ଦେଉ ନ ଥିଲେ। ସେତେବେଳେ ବବୁଲ ଶ୍ରୀରାମଙ୍କ ଘରକୁ ଗଲେ ଏବଂ ଝରକା ଖୋଲି ଦେଖିବାରୁ ଶ୍ରୀରାମଙ୍କ ମୃତଦେହ କମ୍ବଳ ଘୋଡ଼ାଇ ହୋଇ ପଡ଼ିଥିବା ଦେଖିଥିଲେ। ତାଙ୍କ ମୁଣ୍ଡ ଏବଂ ବେକରେ ଆଘାତ ଲାଗିଥିବା ମଧ୍ୟ ଦେଖିଥିଲେ।
ଏହା ପରେ ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଥାନାଧିକାରୀ ମହେନ୍ଦ୍ର ସିଂ ଚୌହାନଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ପ୍ରତ୍ୟେକ ଦିଗ ପ୍ରତି ନଜର ରଖାଯାଇଥିଲା। ଯାଞ୍ଚ ସମୟରେ ଜଣାପଡ଼ିଥିଲା ମୃତକଙ୍କ ନିଜ ଝିଅ ତାଙ୍କ ବନ୍ଧୁ ଏବଂ ପ୍ରେମିକଙ୍କ ସହ ମିଶି ବାପାଙ୍କୁ ହତ୍ୟା କରିଛନ୍ତି। ପରେ ଝିଅ ସମେତ ୪ ଜଣଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri