ମା’ଙ୍କ ସହ ସ୍କୁଲ ଗଲା ଝିଅ

ରଘୁନାଥପୁର,୧୪।୩ (ଡି.ଏନ୍‌.ଏ.):ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ସାଦେଇପୁର ପଞ୍ଚାୟତ ଅନ୍ତର୍ଗତ ରାଉତ ନୂଆଗାଁରେ ବଳି ଭୟରେ ନାବାଳିକାଙ୍କ ସ୍କୁଲ ଯିବା ବନ୍ଦ ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି। ପୋଲିସର ପରାମର୍ଶ ତଥା ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାକର ପରିଡା ନାବାଳିକାଙ୍କ ପରିବାର ସଦସ୍ୟଙ୍କୁ ବୁଝାଶୁଝା କରିଛନ୍ତି। ଏହାପରେ ମା’ଙ୍କ ସହ ସମ୍ପୃକ୍ତା ନାବାଳିକା ସୋମବାର ସ୍କୁଲକୁ ପାଠ ପଢ଼ିବାକୁ ଯାଇଛନ୍ତି। ସ୍କୁଲରେ ନାବାଳିକା ଛାତ୍ରୀଙ୍କ ଉପରେ କଡ଼ା ନଜର ରଖାଯିବା ସହ ଆବଶ୍ୟକ ସ୍ଥଳେ ନେବା ଆଣିବା କ୍ଷେତ୍ରରେ ଶିକ୍ଷକମାନେ ସହଯୋଗ କରିବେ ବୋଲି ପ୍ରଧାନ ଶିକ୍ଷକ ପରିଡା ପ୍ରକାଶ କରିଛନ୍ତି। ଶନିବାର ପରିବାର ମୁଖ୍ୟ ନାରାୟଣ ପାଣି ଏ ପ୍ରସଙ୍ଗରେ ରଘୁନାଥପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା (ନଂ. ୬୮/୨୩) ରୁଜୁ କରିଛି।
ଆଇନଜୀବୀ ପ୍ରତାପ ଚନ୍ଦ୍ର ମହାପାତ୍ର ଓ ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ଗତ ୨ ଦିନ ହେବ ଘଟଣାସ୍ଥଳରେ ଛାନ୍‌ଭିନ କରାଯାଇଛି। ଏଥିସହ ଜଗତ୍‌ସିଂହପୁର ପୋଲିସ ସହ ମିଶି ସମଙ୍ଗସ୍ଥିତ ମୃତ ନନ୍ଦାବ୍ରତ ନଦୀ ଶଯ୍ୟାର ପରିତ୍ୟକ୍ତ ଜଙ୍ଗଲିଆ ସ୍ଥାନରେ ତନ୍ତ୍ରପୂଜା ହେଉଥିବା ଉଇହୁଙ୍କାକୁ ଅନୁଧ୍ୟାନ କରାଯାଇଛି। ସମଙ୍ଗ ସରପଞ୍ଚ ମିନତୀ ଜେନା ମଙ୍ଗଳବାର ପ୍ରଶାସନ ସହ ଆଲୋଚନା କରିବା ପରେ ପରବର୍ତ୍ତୀ ପଦକ୍ଷେପ ନେବେ ବୋଲି କହିଛନ୍ତି। ଏଏସଆଇ ପିକେ ମଲ୍ଲିକ ଏହି ମାମଲାର ତଦନ୍ତ କରୁଛନ୍ତି। ପରିସ୍ଥିତି ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖାଯାଇଛି ବୋଲି ଏସ୍‌ଆଇ ଅନିଲ କୁମାର ସାହୁ ପ୍ରକାଶ କରିଛନ୍ତି।
କିଛି ଦିନ ହେବ ଜଣେ ଅଜଣା ବ୍ୟକ୍ତି କଳା ପୋଷାକ ପିନ୍ଧି ରାତିରେ ନାରାୟଣଙ୍କ ଘର ସମ୍ମୁଖରେ ଠିଆ ହେବା ସହ ଗ୍ରୀଲ୍‌କୁ ବାଡ଼ାଉଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଗୁପ୍ତଧନପ୍ରାପ୍ତି ଆଶାରେ ତାଙ୍କ ନାବାଳିକା ଝିଅକୁ ବଳିଦେବା ଉଦ୍ଦେଶ୍ୟରେ ଏପରି କରାଯାଉଥିବା ନେଇ ଅଭିଯୋଗରେ ଦର୍ଶାଯାଇଥିଲା। ନନ୍ଦାବ୍ରତ ନଦୀ ଶଯ୍ୟାର ପରିତ୍ୟକ୍ତ ଜଙ୍ଗଲିଆ ସ୍ଥାନରେ ଥିବା ଉଇ ହୁଙ୍କାରେ ରାତିରେ ଏନେଇ ତନ୍ତପୂଜା କରାଯାଉଥିବା ଗୁଜବ ହୋଇଥିଲା। ଭୟରେ ତାଙ୍କ ଝିଅ ଏକ ସପ୍ତାହ ହେବ ସ୍କୁଲ ଯିବା ବନ୍ଦ କରି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri