‘ଦ ଗର୍ଲ ଓ୍ବିଥ୍‌ ଦ ବ୍ରାଉନ ଆଇଜ୍‌’ ଉନ୍ମୋଚିତ

ଭୁବନେଶ୍ୱର,୨୩ା୮: ତରୁଣ ଲେଖକ ଭୌମିକ ମହାନ୍ତିଙ୍କ ଦ୍ବିତୀୟ ଇଂରାଜୀ ଉପନ୍ୟାସ ‘ଦ ଗର୍ଲ ଓ୍ବିଥ୍‌ ଦ ବ୍ରାଉନ ଆଇଜ୍‌’ ଭୁବନେଶ୍ବରର ସିଆରପି ଛକସ୍ଥିତ ବିଇବି ଇଣ୍ଟେଲେକ୍ଟ ସେଣ୍ଟରରେ ଉନ୍ମୋଚିତ ହୋଇଯାଇଛି।
ବ୍ଲାକ ଇଗଲ ବୁକ୍ସ ଦ୍ୱାରା ପ୍ରକାଶିତ ଏହି ପୁସ୍ତକକୁ ମୁଖ୍ୟ ଅତିଥି ତଥା ବିଶିଷ୍ଟ ସାହିତି୍ୟକ ଭାସ୍କର ପରିଚ୍ଛା ଉନ୍ମୋଚନ କରି ଏତେ କମ୍‌ ବୟସରେ ଇଂରାଜୀ ଭାଷାରେ ଦୁଇ ଦୁଇଟି ଉପନ୍ୟାସ ରଚନା କରିଥିବାରୁ ଶ୍ରୀ ମହାନ୍ତିଙ୍କୁ ଅଭିନନ୍ଦନ ଜଣାଇଥିଲେ। ବିଶିଷ୍ଟ ଲେଖିକା ଚିରଶ୍ରୀ ଇନ୍ଦ୍ରସିଂ ମୁଖ୍ୟବକ୍ତା ଭାବେ ଯୋଗଦେଇ ଭୌମିକଙ୍କୁ ଆଶୀର୍ବାଦ କରିବା ସହିତ ନୂତନ ପିଢ଼ି ସାହିତ୍ୟ ସାଧନା ପ୍ରତି ଆକର୍ଷିତ ହେବା ଶୁଭ ଲକ୍ଷଣ ବୋଲି ମତ ଦେଇଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ସ୍ନାତକ ଛାତ୍ରୀ ତନିଶା ପରିଡ଼ା ପୁସ୍ତକର ସମୀକ୍ଷା କରି ଏହାର ବିଷୟବସ୍ତୁ ତାଙ୍କ ପିଢ଼ିର ଅଭିବ୍ୟକ୍ତି ବୋଲି ଦର୍ଶାଇଥିଲେ।
ତପସ୍ୟା ଫାଉଣ୍ଡେଶନ ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫାଉଣ୍ଡେଶନର ଅଧ୍ୟକ୍ଷ ଡକ୍ଟର ତପନ ପଣ୍ଡା ସଭାପତିତ୍ୱ କରିଥିଲା ବେଳେ ଶତ୍ରୁଜିତ୍‌ ଧନ୍ୟବାଦ ଅର୍ପଣ କରିଥିଲେ। ବ୍ଲାକ ଇଗଲ ବୁକ୍ସର ଭାରତ ମୁଖ୍ୟ ଅଶୋକ ପରିଡ଼ା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ତପସ୍ୟା ଫାଉଣ୍ଡେଶନର ଟ୍ରଷ୍ଟି ଡକ୍ଟର ଜୁଲି ମିଶ୍ରଙ୍କ ସମେତ ବହୁ ଲେଖକ ଓ ଶୁଭେଚ୍ଛୁ ସମାରୋହରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri