Posted inଫୁରସତ

ପ୍ରେମିକା ଡେଟ୍‌ରେ ଯିବାକୁ ମନା କରିବାରୁ ପ୍ରେମିକ ଘଟାଇଲେ ଅଜବ କାଣ୍ଡ

ଭାଲେଣ୍ଟାଇନ୍‌ ଡେ’ରେ ପ୍ରେମିକା ଡେଟ୍‌ ପାଇଁ ଯିବାକୁ ମନା କରିବାରୁ ଜଣେ ପ୍ରେମିକ ଅଜବ କାଣ୍ଡ ଘଟାଇଛନ୍ତି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଆମେରିକାର ଏରିଜୋନାରେ ରହୁଥିବା ଜଣେ ଯୁବକ ତାଙ୍କ ପୂର୍ବତନ ପ୍ରେମିକାଙ୍କୁ ଉଠାଇ ନେଇଛନ୍ତି। ସବୁଠୁ ଚର୍ଚ୍ଚାର ବିଷୟ ହେଲା ତାଙ୍କର ଏହି ପୂର୍ବତନ ପ୍ରେମିକା ବିବାହିତ। ତାଙ୍କର ଦୁଇ ପିଲା ମଧ୍ୟ ଅଛନ୍ତି। ମହିଳାଙ୍କୁ ଅପହରଣ କରିବା ଅଭିଯୋଗରେ ଉକ୍ତ ଯୁବକଙ୍କୁ ପୋଲିସ ଗିରଫ ବି କରିଛି। ଯାହା ଚର୍ଚ୍ଚାର ବିଷୟ ପାଲଟିଛି।

୨୦ ବର୍ଷୀୟ ୟଶାୟାହ କୋସ୍ପର୍ଡ ତାଙ୍କ ପୂର୍ବତନ ପ୍ରେମିକାଙ୍କୁ ଭାଲେଣ୍ଟାଇନ ଡେ’ ଅବସରରେ ଡେଟ୍‌ରେ ଯିବା ପାଇଁ ଡାକିଥିଲେ। ପ୍ରେମିକା ଜଣକ ମନା କରିବାରୁ ସେ ସିଧା ଯାଇ ତାଙ୍କ ଘରେ ପହଞ୍ଚିଥିଲେ। ପରେ ତାଙ୍କ ଉପରେ ଆକ୍ରମଣ କରି ତାଙ୍କୁ ଜୋର ଜବରଦସ୍ତ କାର୍‌ରେ ବସାଇ ପଳାଇଥିଲେ। ଏପରିକି ରାସ୍ତା ଯିବା ସମୟରେ ସେ ୧୦୦ କିମି ବେଗରେ ଗାଡ଼ି ଚଳାଉଥିଲେ। ଏହା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଗାଡ଼ିର ପିଛା କରି ଯେତେବେଳେ ଏହି କାର୍‌ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ସେତେବେଳେ ଧରିଥିଲା। ପରେ ପୋଲିସ ଘଟଣାର ତଦନ୍ତ କରି ୟଶାୟାହଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri