Posted inଖେଳ

ଶେଷ ଟେଷ୍ଟ ଖେଳିବା ପୂର୍ବରୁ ଝିଅମାନେ କଲେ ଏମିତି କାମ, ଆଣ୍ଡରସନ୍‌ ହେଲେ ଭାବପ୍ରବଣ

ନୂଆଦିଲ୍ଲୀ,୧୧।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଲର୍ଡସ ଟେଷ୍ଟ ପରେ ଇଂଲଣ୍ଡର ମହାନ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ବିଦାୟ ନେବେ। ତିନି ମ୍ୟାଚ ବିଶିଷ୍ଟ ସିରିଜ ପୂର୍ବରୁ ମଧ୍ୟ ସେ ଅବସର ଘୋଷଣା କରିଥିଲେ। ଜୁଲାଇ ୧୦ରେ ଲର୍ଡସଠାରେ ଆରମ୍ଭ ହୋଇଥିବା ଟେଷ୍ଟ ମ୍ୟାଚ ହେଉଛି ଏହି ମହାନ ଦ୍ରୁତ ବୋଲରଙ୍କ କ୍ୟାରିୟରର ଶେଷ ମ୍ୟାଚ। ମ୍ୟାଚ ଆରମ୍ଭ ପୂର୍ବରୁ ମଧ୍ୟ ଏପରି କିଛି ଘଟିଥିଲା ଯାହା ଜେମ୍ସ ଆଣ୍ଡରସନଙ୍କୁ ଭାବପ୍ରବଣ କରିଥିଲା। ତାଙ୍କର ଶେଷ ମ୍ୟାଚରେ ପରିବାର ଷ୍ଟାଡିୟମରେ ଉପସ୍ଥିତ ଥିଲେ ଏବଂ ଝିଅମାନେ ଘଣ୍ଟି ବଜାଇ ମ୍ୟାଚ୍‌ ଆରମ୍ଭ ଆରମ୍ଭ କରିବାର ପରମ୍ପରାକୁ କରିଥିଲେ। ଲର୍ଡସରେ ୱେଷ୍ଟଇଣ୍ଡିଜ ବିପକ୍ଷ କ୍ୟାରିୟରର ଶେଷ ଟେଷ୍ଟ ମ୍ୟାଚ ଖେଳିବାକୁ ଆସିଥିବା ଜେମ୍ସ ଆଣ୍ଡରସନ ପ୍ରଥମ ଇନିଂସରେ ଗୋଟିଏ ଉଇକେଟ ନେଇଥିଲେ।
୧୮୭ଟି ଟେଷ୍ଟ ଖେଳିଥିବା ଜେମ୍ସ ଆଣ୍ଡରସନ ୱେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ ଖେଳିବାକୁ ଆସିଥିଲେ। ଏହି ସମୟରେ ତାଙ୍କ ୨ ଝିଅ ଲୋଲା ଆଣ୍ଡରସନ ଏବଂ ରୁବି ଆଣ୍ଡରସନ ଏହି ଘଣ୍ଟି ବଜାଇଥିଲେ। ପଡ଼ିଆରେ ଦଳ ସହିତ ଉପସ୍ଥିତ ଦ୍ରୁତ ବୋଲରମାନେ ଏହା ଦେଖିବା ପରେ ଅତ୍ୟନ୍ତ ଭାବପ୍ରବଣ ହୋଇଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଲର୍ଡସଠାରେ ପ୍ରତ୍ୟେକ ଟେଷ୍ଟ ମ୍ୟାଚ ଆରମ୍ଭ ପୂର୍ବରୁ ଘଣ୍ଟି ବଜାଇବାର ଏକ ପରମ୍ପରା ଅଛି। କେବଳ ଏକ ବିଶେଷ ଅତିଥି ଏହି ଘଣ୍ଟି ବଜାନ୍ତି। ତାଙ୍କ ଶେଷ ମ୍ୟାଚରେ ଘଣ୍ଟି ବଜାଇବା ପାଇଁ ଜେମ୍ସ ଆଣ୍ଡରସନଙ୍କ ପରିବାରକୁ ଡକାଯାଇଥିଲା।

The girls did the same thing before playing the final test, Anderson was emotional

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri