୭୦୦ ପିଆଜ ଷ୍ଟୋରେଜ୍‌ ଷ୍ଟ୍ରକ୍ଚର ନିର୍ମାଣ ଲକ୍ଷ୍ୟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ କୃଷିଜାତ ଦ୍ରବ୍ୟ ସାଇତି ରଖିବା ପାଇଁ ମୋଟ ୪୯ଟି ଶୀତଳଭଣ୍ଡାର କାର୍ଯ୍ୟକ୍ଷମ ଅଛି। ଏହି ୪୯ ଶୀତଳଭଣ୍ଡାରର ମୋଟ ସଂରକ୍ଷଣ କ୍ଷମତା ପ୍ରାୟ ୨ଲକ୍ଷ ୩୨ହଜାର ୮୮୦ମେଟ୍ରିକ୍‌ ଟନ୍‌। ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ଶୀତଳଭଣ୍ଡାର ମଧ୍ୟରୁ ୫ଟି ସରକାରୀ ଓ ୪୪ଟି ବେସରକାରୀ। ଏହାସହ ୪ଟି ନୂତନ ବେସରକାରୀ ଶୀତଳଭଣ୍ଡାରର ନିର୍ମାଣ କାର୍ଯ୍ୟ ଚାଲିଛି। ୨୦୨୦-୨୧ରେ ବେସରକାରୀସ୍ତରରେ ଆଉ ୨ଟି ଶୀତଳଭଣ୍ଡାର ନିର୍ମାଣ ପାଇଁ ଅନୁମୋଦନ ଦିଆଯାଇଛି। ସେହିଭଳି ପିଆଜ ସାଇତି ରଖିବା ପାଇଁ ରାଜ୍ୟ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ୨୫ ମେଟ୍ରିକ୍‌ ଟନ୍‌ କ୍ଷମତା ବିଶିଷ୍ଟ ସ୍ବଳ୍ପମୂଲ୍ୟ ପିଆଜ ସାଇତା ଗୃହ(ଲୋ କଷ୍ଟ ଓନିଅନ୍‌ ଷ୍ଟୋରେଜ୍‌ ଷ୍ଟ୍ରକ୍ଚର) ନିର୍ମାଣ ପାଇଁ ରିହାତି ପ୍ରଦାନ କରାଯାଉଛି। ରିହାତି ପରିମାଣ ୫୦% ବା ସର୍ବାଧିକ ୮୭,୫୦୦ ଟଙ୍କା। ଏପର୍ଯ୍ୟନ୍ତ ରାଜ୍ୟରେ ୩୨୫୬ଟି ୨୫ମେଟ୍ରିକ ଟନ୍‌ କ୍ଷମତାବିଶିଷ୍ଟ ସ୍ବଳ୍ପମୂଲ୍ୟ ପିଆଜ ସାଇତା ଗୃହ ନିର୍ମାଣ କରାଯାଇ ୮୧,୪୦୦ ମେଟ୍ରିକ୍‌ ଟନ୍‌ ପିଆଜ ସଂରକ୍ଷଣ କ୍ଷମତା ସୃଷ୍ଟି କରାଯାଇପାରିଛି। ଚଳିତବର୍ଷ ରାଜ୍ୟରେ ୭୦୦ଟି ୨୫ ମେଟ୍ରିକ୍‌ ଟନ୍‌ କ୍ଷମତା ବିଶିଷ୍ଟ ପିଆଜ ସାଇତା ଗୃହ ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଥିବା କୃଷିମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri