୨୦୨୫ ସୁଦ୍ଧା ରାଜ୍ୟରୁ ଯକ୍ଷ୍ମା ନିର୍ମୂଳ କରିବା ଲକ୍ଷ୍ୟ

ଭୁବନେଶ୍ୱର, ୨୪।୩ (ବ୍ୟୁରୋ): ରାଜ୍ୟରେ ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଜାରି ରହିଛି। ୨୦୨୫ ସୁଦ୍ଧା ଯକ୍ଷ୍ମା ରୋଗ ନିର୍ମୂଳ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ରାଜ୍ୟର ସମସ୍ତ ଜିଲାରେ ‘ଟିବି ଫୋରମ୍‌’ ଗଠନ କରାଯାଇଛି। ଅଧିକରୁ ଅଧିକ ଯକ୍ଷ୍ମାରୋଗୀ ନିୟମିତ ଚିହ୍ନଟ କରି ସେମାନଙ୍କୁ ସଫଳତାର ସହିତ ଚିକିତ୍ସା ପ୍ରଦାନ କରାଯାଉଛି। ଧୀରେ ଧୀରେ ଚିକିତ୍ସା ସଫଳତା ହାର ମଧ୍ୟ ବଢ଼ିଚାଲିଛି।

୨୦୧୬ରେ ରାଜ୍ୟରେ ମୋଟ ୫୧,୪୩୪ଜଣ ରୋଗୀ ଚିକିତ୍ସିତ ହୋଇଥିବାବେଳେ ସଫଳତା ହାର ଥିଲା ୭୧.୪%। ୨୦୨୧ରେ ମୋଟ ୫୨,୩୪୬ ଜଣ ଯକ୍ଷ୍ମାରୋଗୀ ଚିକିତ୍ସିତ ହୋଇଥିବାବେଳେ ସଫଳତା ହାର ୮୮.୫%ରେ ପହଞ୍ଚତ୍ଛି। ଜାତୀୟ ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମ(ଏନ୍‌ଟିଇପି) ଅଧୀନରେ ଚିହ୍ନଟ ଓ ଚିକିତ୍ସିତ ହେଉଥିବା ସମସ୍ତ ରୋଗୀଙ୍କୁ ‘ସିଧାସଳଖ ପ୍ରାପ୍ୟ ହସ୍ତାନ୍ତରଣ’ ପ୍ରକ୍ରିୟା ଅଧୀନରେ ‘ନିକ୍ଷୟ ପୋଷଣ ଯୋଜନା’ରେ ବିଭିନ୍ନ ପ୍ରକାର ଆର୍ଥିକ ପ୍ରୋତ୍ସାହନ ଦିଆଯାଉଛି। ପୁଷ୍ଟିକର ଖାଦ୍ୟ ପାଇଁ ରୋଗୀର ଚିକିତ୍ସା ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ପ୍ରତି ମାସରେ ୫୦୦ ଟଙ୍କା ସିଧାସଳଖ ରୋଗୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି। ଯକ୍ଷ୍ମାରୋଗୀ ଚିହ୍ନଟ ପାଇଁ ସୂଚନା ପ୍ରଦାନକାରୀଙ୍କୁ ୫୦୦ ଟଙ୍କା ମଧ୍ୟ ଦିଆଯାଉଛି। ‘ଡ୍ରଗ୍‌ ସେନ୍‌ସିଟିଭ୍‌ ଟିବି’ ରୋଗୀଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ପରେ ଚିକିତ୍ସା ସହାୟକଙ୍କୁ ୧ହଜାର ଏବଂ ‘ଡ୍ରଗ୍‌ ରେଜିଷ୍ଟାନ୍ସ ଟିବି’ ରୋଗୀଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ପରେ ୫ହଜାର ଟଙ୍କା ପ୍ରଦାନ କରାଯାଉଛି। ଜନଜାତି ଓ ଦୁର୍ଗମ ଅଞ୍ଚଳରେ ଚିକିତ୍ସାଧୀନ ପ୍ରତି ରୋଗୀଙ୍କ ଯିବା ଆସିବାରେ ସୁବିଧା ପାଇଁ ଏକକାଳୀନ ୭୫୦ ଟଙ୍କା ପ୍ରଦାନ କରାଯାଉଛି। ଯକ୍ଷ୍ମାରୋଗୀଙ୍କୁ ଚିହ୍ନଟ ପାଇଁ ଆଶାକର୍ମୀଙ୍କୁ ଆର୍ଥିକ ପ୍ରୋତ୍ସାହନର ବ୍ୟବସ୍ଥା କରାଯାଇଛି। ଅଧିକରୁ ଅଧିକ ଯକ୍ଷ୍ମାରୋଗୀ ଚିହ୍ନଟ ପାଇଁ ଭାରତ ସରକାରଙ୍କ ପେସେଣ୍ଟ ପ୍ରୋଭାଇଡର ସପୋର୍ଟ ଏଜେନ୍ସି(ପିପିଏସ୍‌ଏ) କାର୍ଯ୍ୟକ୍ରମ ଅଧୀନରେ ୬ଟି ଜିଲା ଯଥା ଖୋର୍ଦ୍ଧା(ଭୁବନେଶ୍ୱରକୁ ମିଶାଇ), କଟକ, ଗଞ୍ଜାମ, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ସମ୍ବଲପୁରରେ ଏନ୍‌ଜିଓମାନେ କାର୍ଯ୍ୟ କରୁଛନ୍ତି।

ଏଥିସହ ଟିବି ପ୍ରିଭେଣ୍ଟିଭ ଥେରାପି(ଟିପିଟି) ସାରା ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ନୂତନ ଭାବେ ଚିହ୍ନିତ ଛାତି ଯକ୍ଷ୍ମାରୋଗୀଙ୍କ ନିକଟ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ଚିକିତ୍ସା ବ୍ୟବସ୍ଥା କରାଯାଉଛି ବୋଲି ବୁଧବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
୨୪ ତାରିଖ ଯକ୍ଷ୍ମା ଦିବସରେ ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେଉଥିବାରୁ ୨୩ ତାରିଖ ଦିନ ରାଜ୍ୟ ସରକାରଙ୍କ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଜନସ୍ବାସ୍ଥ୍ୟ ସ୍ବତନ୍ତ୍ର ସଚିବ ଡା. ଅଜିତ କୁମାର ମହାନ୍ତି, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର, ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ବିଜୟ କୁମାର ମହାପାତ୍ର, ଅତିରିକ୍ତ ନିର୍ଦ୍ଦେଶକ(ଟିବି) ଡା. ପ୍ରଶାନ୍ତ କୁମାର ହୋତା, ଅତିରିକ୍ତ ନିର୍ଦ୍ଦେଶକ ଡା. ପ୍ରଦୀପ କୁମାର ପାଢ଼ୀ, ଯୁଗ୍ମ ନିର୍ଦ୍ଦେଶକ(ଟିବି) ଅର୍ଘ୍ୟ ପ୍ରଧାନ ଓ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri