କୁନି ବୈଜ୍ଞାନିକ ଖୋଜିବା ଲକ୍ଷ୍ୟ: ୭ ପ୍ରକଳ୍ପ ମନୋନିତ

ଦାରିଙ୍ଗବାଡି,୨୩।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ସ୍ତରୀୟ କୁନି ବୈଜ୍ଞାନିକ ପ୍ରଦର୍ଶନ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ବିଇଓ ମହେଶ୍ୱର ମାଝି ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଆରସିସି ତଥା ଏବିଇଓ ଗୋକୁଳାନନ୍ଦ ନାୟକ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟ ପ୍ରମୁଖ ଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ଓ ତାର ଆବଶ୍ୟକତା, ଜଳବାୟୁର ପରିବର୍ତ୍ତନ, ଜଳ ସଂରକ୍ଷଣ ଆବଶ୍ୟକତା ଆଦି ସମ୍ପର୍କରେ କହିଥିଲେ। କାର୍ଯ୍ୟକ୍ରମକୁ ଦନେକବାଡି ସିଆରସିସି ରମାକାନ୍ତ ଦିଗାଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମୋଟ ୬୨ଟି ପ୍ରକଳ୍ପ ନେଇ ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ କରିଥିଲେ। ସେଥି ମଧ୍ୟରେ ୬ଟି ପ୍ରକଳ୍ପକୁ ଜିଲା ସ୍ତରୀୟ କାର୍ଯ୍ୟକ୍ରମ ପାଇଁ ମନୋନିତ କରାଯାଇଛି । ଏହି ୭ଟି ପ୍ରକଳ୍ପ ମଧ୍ୟରେ ଆଧୁନିକ କୃଷି ଯନ୍ତ୍ରପାତି ପାଇଁ ପେନାପୁସୀ ବିଦ୍ୟାଳୟର ସପ୍ତମ ଛାତ୍ର ଗୁଲସନ କୁମାର,ବାୟୁ ପ୍ରଦ୍ୟୁଷଣ ନିୟନ୍ତ୍ରଣ ପାଇଁ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣି ଛାତ୍ର ସତ୍ୟବ୍ରତ ନାୟକ, ସବୁଜ ଶକ୍ତି କେନ୍ଦ୍ର ପାଇଁ ଦାସିଙ୍ଗବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମଛାତ୍ର ସ୍ମୃତି ରଞ୍ଜନ ମନ୍ତ୍ରୀ, ଟ୍ରାକ ମନିଟରି କଲ ଅଲର୍ଟ ସିଷ୍ଟମ ପାଇଁ ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ଆୟୁଷ୍ମାନ ସାହୁ, ଇଣ୍ଟିଜେର ବୋର୍ଡ ପାଇଁ ପେନାପୁସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମର ଅନୁପ ପ୍ରଧାନ,ସ୍ବାସ୍ଥ୍ୟ ଓ ସ୍ବଚ୍ଛତା ଉପରେ କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟର ନବମ ଛାତ୍ରୀ ପ୍ରଜ୍ଞା ପରମିତା ପାତ୍ର, ଏବଂ କୁହୁଡିରୁ ଜଳ ସଂରକ୍ଷଣ ପ୍ରକଳ୍ପ ପାଇଁ ସୋନପୁର ସରକାରୀ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀଛାତ୍ରୀ ଶିବାନୀ ଦଣ୍ଡସେନା ମନୋନୀତ ହୋଇଛନ୍ତି। ସମସ୍ତ କୃତି ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ସହ ପୁରସ୍କୃତ କରାଯାଇଥିଲା। ଏହି ମେଳାର ଜୁରି ସଦସ୍ୟ ଭାବେ ଲଣ୍ଡାଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସଞ୍ଜୀବ କୁମାର ବେହେରା ଏବଂ ତୁମୁଡିବନ୍ଧ ବ୍ଲକ କୁର୍ତ୍ତମଗଡ ସରକାରୀ ଉଚ୍ଚ ବିଦ୍ୟାକୟର ବିଜ୍ଞାନ ଶିକ୍ଷକ ପ୍ରମୋଦ କୁମାର ପାଣିଗ୍ରାହୀ ଦାୟିତ୍ୱ ସମ୍ପାଦନା କରି ଛାତ୍ରୀଛାତ୍ରଙ୍କୁ ମନୋନିତ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ, ସିଆରସିସି ତଥା ସହ ବଳଭଦ୍ର ମଲ୍ଲିକ, ତାପସ ନାୟକ, ଜୟଦେବ ସାହୁ, ଚିତ୍ତ ରଞ୍ଜନ ଶତପଥି, ଦଣ୍ଡପାଣି ରଥ, ଶିବଶଙ୍କର ସାହୁ, ନିହାର ରଞ୍ଜନ ସାହୁ, ରବୀନ୍ଦ୍ର ନାୟ ଅନତସି ମଲ୍ଲିକ, ପ୍ରସନ୍ନ ବେହେରା ପ୍ରମୁଖ ପରିଚାଳନାରେ ସହଯୋଗ କରିଥଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?