ବିଶ୍ୱସ୍ତରୀୟ କରିବାକୁ ଲକ୍ଷ୍ୟ

ସମ୍ବଲପୁର, ୨୦ା୧(ବ୍ୟୁରୋ): ୨୦୨୦ ଜାନୁୟାରୀ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର ସମଲେଇ ମନ୍ଦିର ଦର୍ଶନ କରି ଏହାର ସର୍ବାଙ୍ଗୀନ ଉନ୍ନତି କରିବା ଲାଗି ଘୋଷଣା କରିଥିଲେ। ତଦନୁଯାୟୀ ରାଜ୍ୟ ସରକାର ସମଲେଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ପାରିପାର୍ଶ୍ୱିିକ ଉନ୍ନତି ପାଇଁ ଏକ ବୃହତ୍‌ ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ କମିଟି ସମ୍ବଲପୁର ଗସ୍ତରେ ଆସି ସମଲେଇ ମନ୍ଦିର ପରିଦର୍ଶନ କରିଥିଲେ। ଏହି କମିଟିରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିିତ ତ୍ରିପାଠୀ, ୫-ଟି ସଚିବ ଭି.କେ. ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ପୂର୍ତ୍ତ ସଚିବ କିଶନ କୁମାର ରହିଥିଲେ। ପ୍ରଥମେ ସେମାନେ ଇଷ୍ଟଦେବୀ ମାଁ ସମଲେଇଙ୍କୁ ଦର୍ଶନ କରିଥିଲେ। ପରେ ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ ବାବୁ, ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ, ଜିଲାପାଳ ଶୁଭମ୍‌ ସକ୍‌ସେନାଙ୍କ ସହ ଆଲୋଚନା କରିଥିଲେ। ପୂର୍ବରୁ ଶେଷ ହୋଇଥିବା ପ୍ରକଳ୍ପଗୁଡିକର ସ୍ଥିତି ସମୀକ୍ଷା କରିବା ସହ ନିର୍ମାଣାଧୀନ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ପାରିପାର୍ଶ୍ୱିକ ଉନ୍ନତି ପାଇଁ ଅଧିଗ୍ରହଣ ହେଉଥିବା ଜମି ଓ ବସ୍ତି ଅଞ୍ଚଳ ପରିଦର୍ଶନ କରିଥିଲେ। ସେଠାକାର ଲୋକମାନଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ଏହାର ସବିଶେଷ ରିପୋର୍ଟ ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯିବ। ପରେ ଖୁବ୍‌ଶୀଘ୍ର କାମ ଆରମ୍ଭ କରାଯିବ। ସମଲେଇ ମନ୍ଦିର ବିଶ୍ୱସ୍ତରରେ ଯେଭଳି ଏକ ଧାର୍ମିକ ଅନୁଷ୍ଠାନର ପରିଚୟ ସୃଷ୍ଟି କରିବ ସେ ନେଇ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ସୂଚନା ଦେଇଥିଲେ।
ମନ୍ଦିର ପରିସରରେ ଅନ୍ୟମାନଙ୍କ ମଧ୍ୟରେ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ନରସିଂହ ଭୋଳ, ଏସ୍‌ପି ବି. ଗଙ୍ଗାଧର, ମହାନଗର ନିଗମ କମିଶନର ଅନିରୁଦ୍ଧ ପ୍ରଧାନ, ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟ ଉପସ୍ଥିତ ଥିଲେ। ପରେ ଜିଲାପାଳଙ୍କ ଅଫିସର ସର୍ବଶିକ୍ଷା ଅଭିଯାନ ସମ୍ମିଳନୀ କକ୍ଷରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତ୍ରିପାଠୀ ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ। ସେ କହିଥିଲେ, ସମଲେଇ ମନ୍ଦିରରେ ଆବଶ୍ୟକ ଅନୁସାରେ ବିକାଶମୂଳକ କାମ କରାଯିବ। ମନ୍ଦିର ଭିତ୍ତିଭୂମିର ବିକାଶ, ସୌନ୍ଦର୍ଯ୍ୟକରଣ, ପର୍ଯ୍ୟଟକ ଓ ଭକ୍ତମାନଙ୍କ ରହିବା ଓ ଅନ୍ୟାନ୍ୟ ସୁବିଧା ପାଇଁ ଯାହା ଅର୍ଥ ଲାଗିବ ରାଜ୍ୟ ସରକାର ବହନ କରିବେ। ଏହି ମନ୍ଦିର ବିଶ୍ୱସ୍ତରରେ ଧାର୍ମିକ ଅନୁଷ୍ଠାନର ପରିଚୟ ସୃଷ୍ଟି କରିବ। ଏହାଛଡା ଭକ୍ତ ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଭଳି ଯୋଜନା ରହିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri