Categories: ଫୁରସତ

ଏଭଳି ବୁଦ୍ଧି ପ୍ରୟୋଗ କରି ପେଟ ପୂରାଉଛି ଛେଳି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଛେଳି ପେଟ ପୂରା ଖାଇବା ପାଇଁ ବାଇକ୍‌ ଉପରେ ଚଢ଼ିଯାଇଛି। ପରେ ସେଠାରୁ ଗଛ ଡାଳକୁ ଭିଡ଼ି ଖାଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

Share