ସୁନା-ରୁପା ଛାଉଣି ହେବ ରତ୍ନଭଣ୍ଡାର କବାଟ: ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ,୩ା୧(ଅଜିତ୍‌ କୁମାର ମହାନ୍ତି):ଗତ ଡିସେମ୍ବର ୧୭ରୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ୨୫ ତାରିଖରୁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼, ନୀତିକାନ୍ତିକୁ ଠିକ୍‌ ଭାବେ ସମ୍ପାଦନ କରିବା ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ ଦେଇ ଡିସେମ୍ବର ୨୫ରୁ ଜାନୁଆରୀ ୨ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଏବେ ପ୍ରଶାସନର ନିଷ୍ପତ୍ତି ମୁତାବକ ୩ ତାରିଖ ଶୁକ୍ରବାରଠାରୁ ମରାମତି କାର୍ଯ୍ୟ ପୁନର୍ବାର ଆରମ୍ଭ ହେବାକୁ ଯାଉଛି। ଏନେଇ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି, ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ୩ତାରିଖରୁ ପୁନର୍ବାର ଧାର୍ଯ୍ୟ ସମୟରେ କାମ ଆରମ୍ଭ କରାଯିବ। ଆସନ୍ତା ସଂକ୍ରାନ୍ତି ପର୍ଯ୍ୟନ୍ତ ଏପରି ଚାଲିବ। ଅଧିକ ସମୟ ଯେପରି କାର୍ଯ୍ୟ ହେବ ସେ ନେଇ ଚେଷ୍ଟା କରାଯାଉଛି। ଏନେଇ ଆଲୋଚନା ହୋଇଥିବାବେଳେ ଏଏସ୍‌ଆଇ ପ୍ରସ୍ତୁତ ରହିଛି। ଏଏସ୍‌ଆଇ ପକ୍ଷରୁ ଯେଉଁ ସମୟ ଦିଆଯାଇଛି, ସେହି ସମୟ ମଧ୍ୟରେ କାର୍ଯ୍ୟ ସରିବ ବୋଲି ଆଶା କରାଯାଉଛି। ଜିପିଆର୍‌ଏସ୍‌ ସର୍ଭେ ଅନୁଯାୟୀ କାର୍ଯ୍ୟ କରାଯାଉଛି। ଭାରା ବନ୍ଧା ହେବା ସହ ସଫେଇ କରାଯାଇ ପଲସ୍ତରା ଛଡ଼ାଯାଇଛି। ଆଗକୁ ଯାହା କାର୍ଯ୍ୟ ହେବ ସେ ନେଇ ଏଏସ୍‌ଆଇ ପକ୍ଷରୁ ସୂଚନା ଦିଆଯିବ। ସେହିପରି ସିଂହଦ୍ୱାର ଗୁମୁଟ ମଣିବନ୍ଧ ସହ ପତିତପାବନ ମନ୍ଦିର ଉପର ଅଂଶର ରୁପା ଛାଉଣି କରାଯାଇଛି। ଆଗକୁ ରତ୍ନଭଣ୍ଡାର କବାଟ ରୁପା ଓ ସୁନା ଛାଉଣି କରିବାକୁ ନିଷ୍ପତ୍ତି ହୋଇଛି। ଭକ୍ତମାନେ ଅନେକ ସମୟରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁନା ଓ ରୁପା ଦାନ କରିଛନ୍ତି। ସେଗୁଡ଼ିକ ସାଇତା ହୋଇରହିଛି। ଆଗକୁ ଏ ନେଇ ପଦକ୍ଷେପ ଗ୍ରହଣ କରାଯିବ। ସେହିପରି ଏମାର ମଠରୁ ମିିଳିଥିବା ରୁପା ଇଟା ଶ୍ରୀମନ୍ଦିରକୁ ଅଣାଯାଉ ବୋଲି ସେବାୟତଙ୍କ ଦାବି ରହିଛି। ତେବେ ଏନେଇ ପରିଚାଳନା କମିଟିରେ ଆଲୋଚନା କରାଯାଇ ଆଇନ ବିଭାଗକୁ ଜଣାଯାଇଛି। ଆଲୋଚନା କରାଯାଇ ଯାହାକିଛି ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲାପାଳ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri