Posted inଖେଳ

ଅଲିମ୍ପିକ୍ସରେ ଦିଆଯାଉଥିବା ସ୍ବର୍ଣ୍ଣ ପଦକ ରୂପାରେ ତିଆରି! କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୭।୭: ପ୍ୟାରିସ ପ୍ରସ୍ତୁତ। ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମରେ ‘ସିଟି ଅଫ ଲାଇଟ୍ସ’ ହୋଇଉଠିଛି ଚଳଚଞ୍ଚଳ। ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହୋଇଛି ବିଶ୍ୱର ସର୍ବୋଚ୍ଚ କ୍ରୀଡ଼ା ପ୍ରତିଯୋଗିତା ଅଲିମ୍ପିକ୍ସର ୩୩ତମ ସଂସ୍କରଣ। ବିଶ୍ୱର ପ୍ରଥମ ସହର ଭାବରେ ପ୍ୟାରିସ ତୃତୀୟ ଥର ପାଇଁ ଅଲିମ୍ପିକ୍ସ ଆୟୋଜନ କରିବାକୁ ଯାଉଛି। ଦୀର୍ଘ ୧୦୦ ବର୍ଷ ପରେ ପ୍ୟାରିସ୍‌କୁ ଅଲିମ୍ପିକ୍ସ ଫେରିଛି। ତେବେ ଅଲିମ୍ପିକ୍ସ ସମୟରେ ଦିଆଯାଇଥିବା ପଦକ ସମ୍ବନ୍ଧରେ ସମସ୍ତଙ୍କ ମନରେ ପ୍ରଶ୍ନ ଉଠେ କି ଏହି ସ୍ବର୍ଣ୍ଣ ପଦକ ସମ୍ପୂର୍ଣ୍ଣ ରୂପେ ସୁନାରେ ତିଆରି କି? ଜାଣିଲେ ଆଶ୍ଚର୍ଯ୍ୟ ହେବେ କି ଅଲିମ୍ପିକ୍ସରେ ଦିଆଯାଉଥିବା ସ୍ବର୍ଣ୍ଣ ପଦକ ସମ୍ପୂର୍ଣ୍ଣଭ ଭାବରେ ସୁନାରେ ତିଆରି ନୁହେଁ। ଏପରି କାହିଁକି ଏହାର କାରଣ ଜାଣିଲେ ମଧ୍ୟ ଆପଣ ତାଜୁବ ହୋଇଯିବେ।

ଜାଣି ଆଶ୍ଚର୍ଯ୍ୟ ହେବେ କି, ଅଲିମ୍ପିକ୍ସରେ ଦିଆଯାଉଥିବା ସ୍ବର୍ଣ୍ଣ ପଦକ ସୁନାରେ ନୁହେଁ ବରଂ ରୂପାରେ ନିର୍ମିତ। ଏହି ସୁନାର ପଦକଗୁଡିକ ଅତି କମରେ ୯୨.୫% ରୂପାରେ ତିଆରି ଓ ମାତ୍ର ଛଅ ଗ୍ରାମ ସୁନାରେ ଏହାର କୋଟିଂ ଦିଆଯାଇଥାଏ।

ଅଲିମ୍ପିକ ପଦକଗୁଡିକ ପ୍ରକୃତରେ ୧୯୧୨ ପର୍ଯ୍ୟନ୍ତ ଶୁଦ୍ଧ ସୁନାରେ ନିର୍ମିିତ ହୋଇଥିଲା, କିନ୍ତୁ ପ୍ରଥମ ବିଶ୍ୱଯୁଦ୍ଧ ପରେ ଦେଶମାନେ ସୁନାରେ କୋଟିଂ କରି ରୂପାରେ ପଦକ ତିଆରି କରିବା ଆରମ୍ଭ କରିଥିଲେ। ପ୍ୟାରିସ ଅଲିମ୍ପିକ୍ସ ବିଷୟରେ କହିବାକୁ ଗଲେ ପ୍ୟାରିସ ଅଲିମ୍ପିକ ଗେମ୍ସରେ ଆଇଫେଲ ଟାୱାରର ସ୍କ୍ରାପ ଧାତୁରେ ସୁନା, ରୂପା ଏବଂ ବ୍ରୋଞ୍ଜ ପଦକ ତିଆରି ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …

ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri