ନଦୀରେ ସଫା କରୁଥିବା ବେଳେ ମାରିଲା ବାତ, ଚାଲିଗଲା ସୁନା ବ୍ୟବସାୟୀଙ୍କ ଜୀବନ

ପଟ୍ଟାଙ୍ଗି,୨ା୬(ଶରତ ଧଳ): ମୃତ୍ୟୁ କାହାକୁ କେତେବେଳେ କେଉଁ ମୁହୂର୍ତ୍ତରେ ଆସିବ କେହି କହିପାରିବେ ନାହିଁ। ଠିକ୍‌ ସେମିତି ଜଣେ ବ୍ୟକ୍ତି ଲୁଗାପଟା ସଫା କରୁଥିବା ବେଳେ ତାଙ୍କ ଜୀବନ ଚାଲିଯାଇଛି। ଏହିପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ତଥା ମାଳିପୁଟ ପଞ୍ଚାୟତର କୁନ୍ଦୁଲି ହାଟପଦାରେ।

ସୂଚନାନୁଯାୟୀ, ହାଟପଦା ଲୋକଙ୍କ କହିବା ଅନୁଯାୟୀ ବିହାର ରାଜ୍ୟର ମୋତିଆରି ଜିଲା ଅଧିନସ୍ଥ ପତାଇ ଥାନା ଅଧୀନରେ ରହିଥିବା ପଦମ କେର୍‌ ଗ୍ରାମର ଦିଗନ ସାହା କିଛି ଦିନ ହେଲା ହାଟପଦାରେ ରହି ବିଭିନ୍ନ ଗ୍ରାମ ବୁଲି ସୁନା ଗହଣା ସଫାସୁତରା କରି ଗୁଜରାଣ ମେଣ୍ଟାଉଥିଲେ। କିନ୍ତୁ ତାଙ୍କର ବାତ ରୋଗ ରହିଥିବା ସହ ଅନେକ ସମୟରେ ମଦ୍ୟପାନ ମଧ୍ୟ କରୁଥିଲେ। ରବିବାର ସକାଳେ ଦିଗମ ହାଟପଦା ନିକଟରେ ରହିଥିବା ନଦୀକୁ ଗାଧୋଇବାକୁ ଯାଇ ଲୁଗାପଟା ସଫା କରୁଥିଲେ। ଏହି ସମୟରେ ତାଙ୍କୁ ବାତ ମାରିବାରୁ ନଦୀ ପାଣିରେ ମୁହଁ ମାଡ଼ି ପଡ଼ି ଯାଇଥିଲେ। ଏହା ଦେଖି ସ୍ଥାନୀୟ ବାସିନ୍ଦା ତାଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ଦିଗମଙ୍କର ମୃତ୍ୟୁ ଘଟିଥିଲା । ଖବର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଜଗତଜ୍ୟୋତି ପାଙ୍ଗି ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଘଟଣା ସମ୍ପର୍କରେ ଅବଗତ ହୋଇ ପଟ୍ଟାଙ୍ଗି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଥାନାଧିକାରୀ ଚତୁର୍ଭୁଜ ନାୟକ , ଏସ୍‌ଆଇ ପ୍ରଦୀପ୍ତ କୁମାର ମହାପାତ୍ର ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri