ନଦୀରେ ସଫା କରୁଥିବା ବେଳେ ମାରିଲା ବାତ, ଚାଲିଗଲା ସୁନା ବ୍ୟବସାୟୀଙ୍କ ଜୀବନ

ପଟ୍ଟାଙ୍ଗି,୨ା୬(ଶରତ ଧଳ): ମୃତ୍ୟୁ କାହାକୁ କେତେବେଳେ କେଉଁ ମୁହୂର୍ତ୍ତରେ ଆସିବ କେହି କହିପାରିବେ ନାହିଁ। ଠିକ୍‌ ସେମିତି ଜଣେ ବ୍ୟକ୍ତି ଲୁଗାପଟା ସଫା କରୁଥିବା ବେଳେ ତାଙ୍କ ଜୀବନ ଚାଲିଯାଇଛି। ଏହିପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ତଥା ମାଳିପୁଟ ପଞ୍ଚାୟତର କୁନ୍ଦୁଲି ହାଟପଦାରେ।

ସୂଚନାନୁଯାୟୀ, ହାଟପଦା ଲୋକଙ୍କ କହିବା ଅନୁଯାୟୀ ବିହାର ରାଜ୍ୟର ମୋତିଆରି ଜିଲା ଅଧିନସ୍ଥ ପତାଇ ଥାନା ଅଧୀନରେ ରହିଥିବା ପଦମ କେର୍‌ ଗ୍ରାମର ଦିଗନ ସାହା କିଛି ଦିନ ହେଲା ହାଟପଦାରେ ରହି ବିଭିନ୍ନ ଗ୍ରାମ ବୁଲି ସୁନା ଗହଣା ସଫାସୁତରା କରି ଗୁଜରାଣ ମେଣ୍ଟାଉଥିଲେ। କିନ୍ତୁ ତାଙ୍କର ବାତ ରୋଗ ରହିଥିବା ସହ ଅନେକ ସମୟରେ ମଦ୍ୟପାନ ମଧ୍ୟ କରୁଥିଲେ। ରବିବାର ସକାଳେ ଦିଗମ ହାଟପଦା ନିକଟରେ ରହିଥିବା ନଦୀକୁ ଗାଧୋଇବାକୁ ଯାଇ ଲୁଗାପଟା ସଫା କରୁଥିଲେ। ଏହି ସମୟରେ ତାଙ୍କୁ ବାତ ମାରିବାରୁ ନଦୀ ପାଣିରେ ମୁହଁ ମାଡ଼ି ପଡ଼ି ଯାଇଥିଲେ। ଏହା ଦେଖି ସ୍ଥାନୀୟ ବାସିନ୍ଦା ତାଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ଦିଗମଙ୍କର ମୃତ୍ୟୁ ଘଟିଥିଲା । ଖବର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଜଗତଜ୍ୟୋତି ପାଙ୍ଗି ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଘଟଣା ସମ୍ପର୍କରେ ଅବଗତ ହୋଇ ପଟ୍ଟାଙ୍ଗି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଥାନାଧିକାରୀ ଚତୁର୍ଭୁଜ ନାୟକ , ଏସ୍‌ଆଇ ପ୍ରଦୀପ୍ତ କୁମାର ମହାପାତ୍ର ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri