ରାଇଟ୍ସର ସୁବର୍ଣ୍ଣ ଜୟନ୍ତୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ରାଇଟ୍ସ ଲିମିଟେଡ୍‌ର ପୂର୍ବତଟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉସତ୍ବ ଅନୁଷ୍ଠିତ ହୋଇଯାଇଛି। ରେଲୱେ ଅଡିଟୋରିୟମରେ କାର୍ଯ୍ୟକ୍ରମରେ ଏମକେ ଶର୍ମା ସ୍ବାଗତ ଭାଷଣ ଦେବା ପରେ ଆଞ୍ଚଳିକ ମୁଖ୍ୟ ଅନିଲ ପାକାଶ (ଜିଜିଏମ) ରାଇଟ୍ସ ସଫଳତାର ଯାତ୍ରା ଉପରେ ଆଲୋକପାତ କରିଥିଲେ। ରେଳ ମନ୍ତ୍ରଣାଳୟର ପ୍ରଶାସନିକ ନିୟନ୍ତ୍ରଣ ଅଧୀନରେ କାର୍ଯ୍ୟ କରୁଥିବା ରାଇଟ୍ସ ଲିମିଟେଡ୍‌ ୧୯୭୪ ଏପ୍ରିଲ ୨୬ରେ ସ୍ଥାପିତ ହୋଇଥିଲା। ନୂଆଦିଲ୍ଲୀରେ ଥିବା ଭାରତୀୟ ରେଳବାଇର ମୁଖ୍ୟ କାର୍ଯ୍ୟାଳୟ ସହିତ ଏକ ଇଞ୍ଜିନିୟରିଂ ପରାମର୍ଶଦାତା ଶାଖା ଭାବରେ ରାଇଟ୍ସ ଆରମ୍ଭ ହୋଇଥିଲା। ଏହା ପରେ କମ୍ପାନୀ ରାଜପଥ, ସେତୁ, ରୋପୱେ, ଟନେଲ, ବୃହତ ବିଲ୍ଡିଂ ପ୍ରକଳ୍ପ ଏବଂ ସମ୍ପତ୍ତି ବିକାଶ, ବିମାନବନ୍ଦର, ସମୁଦ୍ର ବନ୍ଦର, ବନ୍ଦର, ସମନ୍ବିତ ଚେକ ପୋଷ୍ଟ ସହିତ ଅର୍ବାନ ଇନଫ୍ରା, ଟ୍ରାଞ୍ଜାକ୍ସନ ଟେକ୍ନୋଲୋଜି, ଆଡଭାଇଜରୀ-ପ୍ରୋକ୍ୟୁରମେଣ୍ଟ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ଇତ୍ୟାଦି ଭଳି ବୃହତ କ୍ଷେତ୍ରରେ ଏହାର କାର୍ଯ୍ୟ କ୍ଷେତ୍ରକୁ ବିସ୍ତାର କରିଛି। ଏହାର ବର୍ତ୍ତମାନର ସିଏମଡି ରାହୁଲ ମିତ୍ତଲଙ୍କ ଦକ୍ଷ ନେତୃତ୍ୱରେ ରାଇଟ୍ସ ବିଶ୍ୱର ୫୫ଟି ଦେଶରେ ଏହାର ବୈଷୟିକ ସେବା ପ୍ରଦାନ କରି ଅନ୍ତର୍ଜାତୀୟ ସ୍ତରରେ ରେକର୍ଡ କାରବାର ହାସଲ କରିଛି। ରାଇଟ୍ସ ୨୦୨୩ରେ ଏକ ନବରତ୍ନ କମ୍ପାନୀରେ ପରିଣତ ହୋଇଥିଲା ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?