ସରିଲା ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ

ଆରଡ଼ି, ୪।୬ (ଡି.ଏନ.ଏ.)

ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଶୁକ୍ରବାର ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ସରିଛି। ଭୋର ୪ ଟାରେ ମନ୍ଦିର ପହଡ଼ ଖୋଲାଯାଇ ସାଢ଼େ ୪ଟାରେ ମଙ୍ଗଳ ଆଳତି ସମ୍ପନ୍ନ ହୋଇଥିଲା। ପରେ ବାବାଙ୍କୁ ବିଧି ପୂର୍ବକ ହଳଦୀ ଲେପନ କରି ସ୍ନାନ କରାଯାଇଥିଲା। ପୂର୍ବାହ୍ନରେ ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ପାଇଁ ଉଭୟ ବରପିତା ଦୁଷ୍ମନ୍ତ ପାଢ଼ୀ ଓ କନ୍ୟା ପିତା ଚନ୍ଦ୍ରମଣି ପାଢ଼ୀଙ୍କ ଘରେ ଭିଡ଼ ଜମିଥିଲା। ବେଦଜ୍ଞ ବ୍ରହ୍ମଶ୍ରୀଙ୍କ ମଙ୍ଗଳାଷ୍ଟକ ପାଠ ପରେ ସେବାୟତ ପରିବାରର ଧର୍ମପ୍ରାଣା ସଧବା ମହିଳାମାନେ ପ୍ରଥମେ ବାବା ଆଖଣ୍ଡଳମଣିଙ୍କ ଚଳନ୍ତି ପ୍ରତିମା ପ୍ରଭୁ ଚନ୍ଦ୍ରଶେଖରଙ୍କୁ ହଳଦୀ ଲେପନ କରି ସୁବାସିତ ଜଳରେ ସ୍ନାନ କରାଇଥିଲେ। ପରେ ମାତା ପାର୍ବତୀଙ୍କୁ ସୁବାସିତ ଜଳରେ ସ୍ନାନ କରାଇ ହଳଦିଆ ବସ୍ତ୍ର ପିନ୍ଧାଇ କନ୍ୟା ବେଶରେ ସଜ୍ଜିତ କରାଇଥିଲେ। ଏହାପରେ ଉଭୟ ପରିବାର ବରଧରା ସମ୍ପର୍କରେ ଆଲୋଚନା କରିଥିଲେ।
ପୂର୍ବାହ୍ନ ୧୦ଟାରେ ହନୁମାନଙ୍କୁ ବରଧରା ବେଶରେ ସଜ୍ଜିତ କରି ବରପିତାଙ୍କ ଗୃହକୁ ପଠାଇବେ ବୋଲି କନ୍ୟାପିତା କହିଥିଲେ। ଏହାକୁ ସ୍ବୀକାର ପୂର୍ବକ ବରଘର ପରିବାର ଲୋକେ ସମ୍ମତି ଜଣାଇଥିଲେ। ମଙ୍ଗଳକୃତ୍ୟ ପରେ ସମସ୍ତ ସେବାୟତଙ୍କ ପରିବାର କାନ୍ଥରେ ବିଧି ମୁତାବକ ବାହା ଚିତା ପଡ଼ିଥିଲା। ଶିବବିବାହ ଉତ୍ସବକୁ ସୁରୁଖୁରୁରେ ସମାପନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରଚେଷ୍ଟା ଅବ୍ୟାହତ ରହିଛି ବୋଲି ଧୂଷୁରୀ ଥାନାଧିକାରୀ ପ୍ରକାଶ ଚନ୍ଦ୍ର ପୃଷ୍ଟି ଓ ଆରଡ଼ି ଫାଣ୍ଡି ଅଧିକାରୀ ବ୍ରଜ ବୈଦ୍ୟନାଥ ସୋରେନ କହିଛନ୍ତି। ଶନିବାର ପୂର୍ବାହ୍ନ ୧୦ଟାଠାରୁ ସମସ୍ତ ଯାନକୁ ପୀଠ ମଧ୍ୟକୁ ପ୍ରବେଶ ସୁଯୋଗ ଦିଆଯିବ ନାହିଁ ଓ ପାନ୍ଥଶାଳା ନିକଟରେ ଅସ୍ଥାୟୀ ଷ୍ଟାଣ୍ଡରେ ରଖିବାର ବନ୍ଦୋବସ୍ତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ ପୀଠରେ ଉପସ୍ଥିତ ରହି ସେବାୟତମାନଙ୍କ ସହ ଆଲୋଚନା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri