ସରିଲା ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ

ଆରଡ଼ି, ୪।୬ (ଡି.ଏନ.ଏ.)

ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଶୁକ୍ରବାର ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ସରିଛି। ଭୋର ୪ ଟାରେ ମନ୍ଦିର ପହଡ଼ ଖୋଲାଯାଇ ସାଢ଼େ ୪ଟାରେ ମଙ୍ଗଳ ଆଳତି ସମ୍ପନ୍ନ ହୋଇଥିଲା। ପରେ ବାବାଙ୍କୁ ବିଧି ପୂର୍ବକ ହଳଦୀ ଲେପନ କରି ସ୍ନାନ କରାଯାଇଥିଲା। ପୂର୍ବାହ୍ନରେ ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ପାଇଁ ଉଭୟ ବରପିତା ଦୁଷ୍ମନ୍ତ ପାଢ଼ୀ ଓ କନ୍ୟା ପିତା ଚନ୍ଦ୍ରମଣି ପାଢ଼ୀଙ୍କ ଘରେ ଭିଡ଼ ଜମିଥିଲା। ବେଦଜ୍ଞ ବ୍ରହ୍ମଶ୍ରୀଙ୍କ ମଙ୍ଗଳାଷ୍ଟକ ପାଠ ପରେ ସେବାୟତ ପରିବାରର ଧର୍ମପ୍ରାଣା ସଧବା ମହିଳାମାନେ ପ୍ରଥମେ ବାବା ଆଖଣ୍ଡଳମଣିଙ୍କ ଚଳନ୍ତି ପ୍ରତିମା ପ୍ରଭୁ ଚନ୍ଦ୍ରଶେଖରଙ୍କୁ ହଳଦୀ ଲେପନ କରି ସୁବାସିତ ଜଳରେ ସ୍ନାନ କରାଇଥିଲେ। ପରେ ମାତା ପାର୍ବତୀଙ୍କୁ ସୁବାସିତ ଜଳରେ ସ୍ନାନ କରାଇ ହଳଦିଆ ବସ୍ତ୍ର ପିନ୍ଧାଇ କନ୍ୟା ବେଶରେ ସଜ୍ଜିତ କରାଇଥିଲେ। ଏହାପରେ ଉଭୟ ପରିବାର ବରଧରା ସମ୍ପର୍କରେ ଆଲୋଚନା କରିଥିଲେ।
ପୂର୍ବାହ୍ନ ୧୦ଟାରେ ହନୁମାନଙ୍କୁ ବରଧରା ବେଶରେ ସଜ୍ଜିତ କରି ବରପିତାଙ୍କ ଗୃହକୁ ପଠାଇବେ ବୋଲି କନ୍ୟାପିତା କହିଥିଲେ। ଏହାକୁ ସ୍ବୀକାର ପୂର୍ବକ ବରଘର ପରିବାର ଲୋକେ ସମ୍ମତି ଜଣାଇଥିଲେ। ମଙ୍ଗଳକୃତ୍ୟ ପରେ ସମସ୍ତ ସେବାୟତଙ୍କ ପରିବାର କାନ୍ଥରେ ବିଧି ମୁତାବକ ବାହା ଚିତା ପଡ଼ିଥିଲା। ଶିବବିବାହ ଉତ୍ସବକୁ ସୁରୁଖୁରୁରେ ସମାପନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରଚେଷ୍ଟା ଅବ୍ୟାହତ ରହିଛି ବୋଲି ଧୂଷୁରୀ ଥାନାଧିକାରୀ ପ୍ରକାଶ ଚନ୍ଦ୍ର ପୃଷ୍ଟି ଓ ଆରଡ଼ି ଫାଣ୍ଡି ଅଧିକାରୀ ବ୍ରଜ ବୈଦ୍ୟନାଥ ସୋରେନ କହିଛନ୍ତି। ଶନିବାର ପୂର୍ବାହ୍ନ ୧୦ଟାଠାରୁ ସମସ୍ତ ଯାନକୁ ପୀଠ ମଧ୍ୟକୁ ପ୍ରବେଶ ସୁଯୋଗ ଦିଆଯିବ ନାହିଁ ଓ ପାନ୍ଥଶାଳା ନିକଟରେ ଅସ୍ଥାୟୀ ଷ୍ଟାଣ୍ଡରେ ରଖିବାର ବନ୍ଦୋବସ୍ତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ ପୀଠରେ ଉପସ୍ଥିତ ରହି ସେବାୟତମାନଙ୍କ ସହ ଆଲୋଚନା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri