Posted inଖେଳ

ଖୁସି ଖବର: ରାହୁଲ ଦ୍ରାଭିଡଙ୍କୁ ମିଳିପାରେ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୫: ଭାରତୀୟ କ୍ରିକେଟ ଦଳ ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି। ଭାରତର ପୂର୍ବତନ ଭେଟେରାନ ଖେଳାଳି ରାହୁଲ ଦ୍ରାବିଡ ଶ୍ରୀଲଙ୍କା ଗସ୍ତରେ ଦଳର କୋଚ ହେବାର ସମ୍ଭାବନା ରହିଛି। ଜୁଲାଇରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟଏବଂ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି କହିଛନ୍ତି ଯେ, ଶୀର୍ଷ ଖେଳାଳି ବିନା ଜୁଲାଇରେ ସୀମିତ ଓଭର ସିରିଜ ପାଇଁ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତ କରିବ। ଅଧିନାୟକ ବିରାଟ କୋହଲି, ରୋହିତ ଶର୍ମାଙ୍କ ପରି ବଡ ଖେଳାଳି ଏହି ଗସ୍ତର ଅଂଶ ହେବେ ନାହିଁ, କାରଣ ସେମାନେ ଏହି ସମୟରେ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତ ହେବେ।
ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ପରି ବଡ ଖେଳାଳିଙ୍କ ସହ କୋଚ ରବି ଶାସ୍ତ୍ରୀ ମଧ୍ୟ ଏହି ଗସ୍ତରେ ଯିବେ ନାହିଁ। ରାହୁଲ ଦ୍ରାବିଡ ଶ୍ରୀଲଙ୍କା ଗସ୍ତରେ ଭାରତୀୟ କ୍ରିକେଟ ଦଳର କୋଚ ହେବାର ସମ୍ଭାବନା ରହିଛି। ଯଦିଓ ଏହାର କୌଣସି ନିଶ୍ଚିତତା ନାହିଁ, କିନ୍ତୁ ଆଶା କରାଯାଉଛି ଯେ ଦ୍ରାଭିଡ ଟିମ୍‌ ସହ ଏହି ଗସ୍ତରେ ଯାଇପାରନ୍ତି।

ରାହୁଲ ଦ୍ରାବିଡ ଅଣ୍ଡର -୧୯ଏବଂ ଏ ଦଳର ଅଧିନାୟକତ୍ୱ କରିଛନ୍ତି। ଏପରି ପରିସ୍ଥିତିରେ ଏହା ସେମାନଙ୍କ ପାଇଁ ନୂଆ ହେବ ନାହିଁ। ଦ୍ରାବିଡଙ୍କ କୋଚିଂରେ ରିଷଭ ପନ୍ତ ଏବଂ ପୃଥ୍ବୀ ଶ’ଙ୍କ ଭଳି ଖେଳାଳି ପ୍ରସ୍ତୁତ ହୋଇସାରିଛନ୍ତି। ରାହୁଲ ଦ୍ରାବିଡ ଗତ କିଛି ବର୍ଷ ଧରି ବରିଷ୍ଠ ଦଳକୁ ନୂତନ ପ୍ରତିଭା ପ୍ରଦାନ କରିଆସୁଛନ୍ତି। ଶିଖର ଧାୱନ, ପୃଥ୍ବୀ ଶ’, ସୂର୍ଯ୍ୟକୁମାର ଯାଦବ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, କ୍ରୁନାଲ ପାଣ୍ଡ୍ୟା, ଭୁବନେଶ୍ୱର କୁମାର, ନବଦୀପ ସାଇନି, ଖଲିଲ ଅହମ୍ମଦ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବଙ୍କ ଭଳି ଖେଳାଳିମାନେ ଶ୍ରୀଲଙ୍କା ଗସ୍ତରେ ଉପଲବ୍ଧ ହେବେ। ଏଭଳି ପରିସ୍ଥିତିରେ ଅନେକ କ୍ରିକେଟରଙ୍କୁ ଭାରତୀୟ ଚୟନକାରୀଙ୍କ ଆଖିରେ ଆସିବାର ସୁଯୋଗ ମିଳିବ।

ବିରାଟ କୋହଲିଙ୍କ ବିନା ଭାରତୀୟ ଦଳ ଜୁଲାଇ ୧ରେ ଶ୍ରୀଲଙ୍କାରେ ପହଞ୍ଚିବ। ସେଠାରେ ଦଳ ୩ଟି ଏକଦିବସୀୟ ଖେଳାଯିବ। ପ୍ରଥମ ମ୍ୟାଚ ଜୁଲାଇ ୧୩ରେ, ଦ୍ୱିତୀୟଟି ଜୁଲାଇ ୧୬ରେ ଏବଂ ତୃତୀୟ ମ୍ୟାଚ ଜୁଲାଇ ୧୯ରେ ଖେଳାଯିବ। ଏହା ପରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। ଟି -୨୦ ସିରିଜର ପ୍ରଥମ ମ୍ୟାଚ ଜୁଲାଇ ୨୨ରେ, ଦ୍ୱିତୀୟ ମ୍ୟାଚ ଜୁଲାଇ ୨୪ରେ ଏବଂ ତୃତୀୟ ମ୍ୟାଚ ଜୁଲାଇ ୨୭ରେ ଖେଳାଯିବ। କଲମ୍ବୋର ପ୍ରେମାଡାସା ଷ୍ଟାଡିୟମରେ ସମସ୍ତ ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?