ଖୁସି ଖବର: କରୋନା ଟୀକା ପ୍ରସ୍ତୁତିରେ ଆମେରିକାକୁ ସଫଳତା

ଓ୍ବାଶିଂଟନ, ୧୫।୭: ଆମେରିକାରୁ ଖୁସି ଖବର ମିଳିଛି। କରୋନା ସଂକ୍ରମଣ ରୋକିବା ପାଇଁ ଆମେରିକା ଟୀକା ପ୍ରସ୍ତୁତିରେ ସଫଳତା ହାସଲ କରିଛି। ଏହାର ପ୍ରୟୋଗ ମନୁଷ୍ୟଙ୍କଠାରେ କରାଗଲେ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଉଥିବା କୁହାଯାଉଛି। ଆମେରିକା ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ସାଇନ୍ସ୍‌ର ବରିଷ୍ଠ ଗବେଷକ ପ୍ରଫେସର ଡ. ଆନ୍ଥୋନୀ କାଉଚି ଏନେଇ ସୂଚନା ଦେଇଛନ୍ତି। ମାନବ ସଭ୍ୟତା ଉପରେ ଦେଖାଦେଇଥିବା କରୋନା ମହାମାରୀ ସଙ୍କଟ ଏହି ପ୍ରତିଷେଧକ ଟୀକା ଦ୍ୱାରା ଦୂର ହୋଇପାରିବ ବୋଲି ସେ କହିଛନ୍ତି। ଜୁଲାଇ ୨୭ଠାରୁ ଏହି ଟୀକାର ପରୀକ୍ଷା ମନୁଷ୍ୟଙ୍କଠାରେ ବ୍ୟାପକ ଭାବେ କରାଯିବ। ପ୍ରଥମ ପର୍ଯ୍ୟାୟରେ ୪୫ ଜଣଙ୍କଠାରେ ଏହାର ପ୍ରୟୋଗ ଜୁଲାଇ ୧୪ରେ କରାଯାଇଛି। ଏବେ ଏହାର ଫଳାଫଳକୁ ଅପେକ୍ଷା କରାଯାଇଥିବା କାଉଚି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?