ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସରକାର ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ଉପଧାରା-୨ରେ ଥିବା ସର୍ତ୍ତାବଳୀକୁ କୋହଳ କରି ତାଙ୍କୁ ଚାକିରିରୁ ଅବସର ନେବାକୁ ଅନୁମତି ଦେଇଛନ୍ତି। ଏଥିସହିତ ସେ ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ବ୍ୟବସ୍ଥା ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇବାକୁ ହକ୍‌ଦାର ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ। ଅରୁଣ ନିଜର ନୂଆ ଦାୟିତ୍ୱ ନେବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ। ଅକ୍ଟୋବର ୭ତାରିଖ ପୂର୍ବାହ୍ନରୁ ତାଙ୍କୁ ଅବସର ପାଇଁ ଅନୁମତି ଦେବାକୁ ସେ ଅନୁରୋଧ କରିଥିଲେ।
ସୂଚନାଯୋଗ୍ୟ, ଅରୁଣଙ୍କର ଚାକିରି ୨୦୨୫ ଜୁଲାଇ ପର୍ଯ୍ୟନ୍ତ ଥିଲା। ତାଙ୍କୁ ପୂର୍ବ ବିଜେଡି ସରକାର ୨୦୨୩ ଡିସେମ୍ବର ୩୧ ତାରିଖରେ ରାଜ୍ୟର ଅସ୍ଥାୟୀ ପୋଲିସ ଡିଜି ଭାବେ ନିଯୁକ୍ତି ଦେଇଥିଲେ। ଭାଜପା ସରକାର କ୍ଷମତାକୁ ଆସିବା ପରେ ତାଙ୍କୁ ଅଗଷ୍ଟ ୧୬ତାରିଖରେ ଡିଜି ପଦରୁ ହଟାଇ ଦେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri