ନିଗମ ଅଧ୍ୟକ୍ଷ ତାଲିକା ଘୋଷଣା କଲେ ସରକାର

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ସରକାର ରବିବାର ବିଳମ୍ବିତ ସାରେ ନିଗମ ଏବଂ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀରେ ବହୁ ନେତାଙ୍କୁ ଏହି ତାଲିକାରେ ଥଇଥାନ କରାଯାଇଛି। ରାଜନୈତିକ ଦୃଷ୍ଟିକୋଣରୁ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଶାସକ ଦଳ ଏହି ନିଯୁକ୍ତିମାନ ପ୍ରଦାନ କରିଥିବା ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତଥାପି ସରକାରଙ୍କ ତରଫରୁ ଜାରି କରାଯାଇଥିବା ତାଲିକାରେ ବହୁ ବରିଷ୍ଠ ଏବଂ ଟାଣୁଆ ନେତାଙ୍କୁ ବାଦ୍‌ ଦିଆଯାଇଛି। ବହୁ ଯୁବ ନେତାଙ୍କୁ ତାଲିକାରେ ସ୍ଥାନ ମିଳିଥିବା ଦେଖିବାକୁ ମିଳିଛି। ଏହାସହ ନିଗମ ତାଲିକାରେ କେତେଜଣଙ୍କୁ ପରିବର୍ତ୍ତନ କରି କେତେଜଣଙ୍କୁ ନୂଆକରି ସାମିଲ କରାଯାଇଛି।
ତେବେ ସରକାର ଜାରି କରିଥିବା ନିଗମ ତାଲିକାରେ ରାଜ୍ୟ ସରକାରଙ୍କ ବିଭିନ୍ନ ନିଗମ ଓ ବୋର୍ଡରେ ଅଧ୍ୟକ୍ଷ, ଉପଦେଷ୍ଟା ଏବଂ ଉପାଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ଭାବେ କଳିକେଶ ନାରାୟଣ ସିଂହଦେଓଙ୍କୁ ନିଯୁକ୍ତ କରାଯାଇଥିବାବେଳେ ପ୍ରଭାତ ଆଦିତ୍ୟ ମିଶ୍ରଙ୍କୁ ଆପିକଲ ଅଧ୍ୟକ୍ଷ, ଡ. ବିଶ୍ବନାଥଙ୍କୁ ଓଡ଼ିଶା ରୁରାଲ ହାଉସିଂ ଉନ୍ନୟନ ନିଗମ ଅଧ୍ୟକ୍ଷ, ଲେନିନ୍‌ ମହାନ୍ତିଙ୍କୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷ, ଅମରେଶ ପତ୍ରୀଙ୍କୁ ଓଡ଼ିଶା ଉଠାଜଳସେଚନ ନିଗମ ଅଧ୍ୟକ୍ଷ, ସୁବାସ ମହାରଣାଙ୍କୁ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଅଧ୍ୟକ୍ଷ, ବିଜୟ ନାୟକଙ୍କୁ ଓଡ଼ିଶା ରାଜ୍ୟ ବିହନ ନିଗମ, ଦେବାଶିଷ ମହାନ୍ତିଙ୍କୁ ଓଡ଼ିଶା କୃଷି ଉଦ୍ୟୋଗ ନିଗମ ଅଧ୍ୟକ୍ଷ, ସତ୍ୟବ୍ରତ (କୁନା) ତ୍ରିପାଠୀଙ୍କୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫଡିସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ସେହିପରି ଶ୍ରୀମୟୀ ମିଶ୍ରଙ୍କୁ ଓଡ଼ିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା, ଚିନ୍ମୟ ସାହୁଙ୍କୁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ, ମିନତି ବେହେରାଙ୍କୁ ଓଡ଼ିଶା ମହିଳା ଆୟୋଗ ଅଧ୍ୟକ୍ଷା, ସଂଗ୍ରାମ ପାଇକରାୟଙ୍କୁ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଅଧ୍ୟକ୍ଷ, ସୁରେନ୍ଦ୍ର ପ୍ରଧାନଙ୍କୁ ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡ ଉପଦେଷ୍ଟା, କୁନ ବିହାରୀ ଦାସଙ୍କୁ ଓଡ଼ିଶା ରାଜ୍ୟ ଯୁବ କଲ୍ୟାଣ ପରିଷଦ ଅଧ୍ୟକ୍ଷ ଏବଂ ସନ୍ତୋଷ ବେଜଙ୍କୁ ଓଡ଼ିଶା କୃଷି ଉଦ୍ୟୋଗ ନିଗମର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଛି।
ସେହିପରି ୮ ଜଣଙ୍କୁ ବିଭିନ୍ନ ବିଭାଗ/ଯୋଜନା ପାଇଁ ଉପଦେଷ୍ଟା ଭାବେ ନିଯୁକ୍ତ କରାଯାଇଛି। ରାମଚନ୍ଦ୍ର ପଣ୍ଡାଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଉପଦେଷ୍ଟା ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ଅନୁଭବ ପଟ୍ଟନାୟକଙ୍କୁ ବୈଦ୍ୟୁତିକ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ, ସୁଧୀର ଦାସ ଏବଂ ନିବେଦିତା ନାୟକଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଡ. ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗୀତା ବସ୍ତିଆଙ୍କୁ ମିଶନ ଶକ୍ତି, ସରୋଜିନୀ ହେମ୍ବ୍ରମଙ୍କୁ ଏସ୍‌ଟି/ଏସ୍‌ସି ବିଭାଗ ଏବଂ ସୁମିତ୍ରା ଜେନାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି।
ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ କାହାରିକୁ ନିଯୁକ୍ତ କରାଯାଇ ନ ଥିବାବେଳେ ପୂର୍ବତନ ବିଧାୟକ ଡ. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ପୂର୍ବତନ ସାଂସଦ ଡ. ପ୍ରସନ୍ନ ପାଟ୍ଟଶାଣୀଙ୍କୁ ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଏଥିସହ ଉଭୟଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପାହ୍ୟା ମିଳିଛି। ସେହିପରି ସାଧୁ ନେପକଙ୍କୁ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ସହ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ଏହାବାଦ୍‌ ଗଞ୍ଜାମ ଜିଲା ଯୋଜନା ବୋର୍ଡର ବିଶେଷଜ୍ଞ ସଦସ୍ୟ ଭାବେ ରଘୁନାଥ ନାଇଡ଼ୁ ଏବଂ ତୁମ୍ବନାଥ ପଣ୍ଡାଙ୍କୁ ନିଯୁକ୍ତି ମିଳିଥିବାବେଳେ ଜଗତସିଂହପୁର ଜିଲା ଯୋଜନା ବୋର୍ଡ ବିଶେଷଜ୍ଞ ସଦସ୍ୟ ଭାବେ ସାରଦା ଜେନା ଏବଂ ମୟୂରଭଞ୍ଜ ଜିଲା ଯୋଜନା ବୋର୍ଡ ବିଶେଷଜ୍ଞ ସଦସ୍ୟ ଭାବେ ଜିତେନ୍ଦ୍ର ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ସେହିପରି କଂଗ୍ରେସରୁ ଆସି ବିଜେଡିରେ ନିକଟରେ ଯୋଗ ଦେଇଥିବା ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କୁ ସ୍ପେଶାଲ ଡେଭଲପମେଣ୍ଟ କାଉନ୍‌ସିଲ୍‌ର ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି। ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଭାବେ କସ୍ତୁରୀ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଅନ୍ୟପକ୍ଷରେ ଗଞ୍ଜାମ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ପବିତ୍ର ପାଣିଗ୍ରାହୀ ଏବଂ ତାଳଚେର ଅନୁଗୋଳ ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ଟିଏଏମ୍‌ଡିଏ)ର ଅଧ୍ୟକ୍ଷ ଭାବେ ଅବନୀକାନ୍ତ ସାହୁଙ୍କୁ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri