ନିଗମ ଅଧ୍ୟକ୍ଷ ତାଲିକା ଘୋଷଣା କଲେ ସରକାର

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ସରକାର ରବିବାର ବିଳମ୍ବିତ ସାରେ ନିଗମ ଏବଂ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀରେ ବହୁ ନେତାଙ୍କୁ ଏହି ତାଲିକାରେ ଥଇଥାନ କରାଯାଇଛି। ରାଜନୈତିକ ଦୃଷ୍ଟିକୋଣରୁ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଶାସକ ଦଳ ଏହି ନିଯୁକ୍ତିମାନ ପ୍ରଦାନ କରିଥିବା ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତଥାପି ସରକାରଙ୍କ ତରଫରୁ ଜାରି କରାଯାଇଥିବା ତାଲିକାରେ ବହୁ ବରିଷ୍ଠ ଏବଂ ଟାଣୁଆ ନେତାଙ୍କୁ ବାଦ୍‌ ଦିଆଯାଇଛି। ବହୁ ଯୁବ ନେତାଙ୍କୁ ତାଲିକାରେ ସ୍ଥାନ ମିଳିଥିବା ଦେଖିବାକୁ ମିଳିଛି। ଏହାସହ ନିଗମ ତାଲିକାରେ କେତେଜଣଙ୍କୁ ପରିବର୍ତ୍ତନ କରି କେତେଜଣଙ୍କୁ ନୂଆକରି ସାମିଲ କରାଯାଇଛି।
ତେବେ ସରକାର ଜାରି କରିଥିବା ନିଗମ ତାଲିକାରେ ରାଜ୍ୟ ସରକାରଙ୍କ ବିଭିନ୍ନ ନିଗମ ଓ ବୋର୍ଡରେ ଅଧ୍ୟକ୍ଷ, ଉପଦେଷ୍ଟା ଏବଂ ଉପାଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ଭାବେ କଳିକେଶ ନାରାୟଣ ସିଂହଦେଓଙ୍କୁ ନିଯୁକ୍ତ କରାଯାଇଥିବାବେଳେ ପ୍ରଭାତ ଆଦିତ୍ୟ ମିଶ୍ରଙ୍କୁ ଆପିକଲ ଅଧ୍ୟକ୍ଷ, ଡ. ବିଶ୍ବନାଥଙ୍କୁ ଓଡ଼ିଶା ରୁରାଲ ହାଉସିଂ ଉନ୍ନୟନ ନିଗମ ଅଧ୍ୟକ୍ଷ, ଲେନିନ୍‌ ମହାନ୍ତିଙ୍କୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷ, ଅମରେଶ ପତ୍ରୀଙ୍କୁ ଓଡ଼ିଶା ଉଠାଜଳସେଚନ ନିଗମ ଅଧ୍ୟକ୍ଷ, ସୁବାସ ମହାରଣାଙ୍କୁ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଅଧ୍ୟକ୍ଷ, ବିଜୟ ନାୟକଙ୍କୁ ଓଡ଼ିଶା ରାଜ୍ୟ ବିହନ ନିଗମ, ଦେବାଶିଷ ମହାନ୍ତିଙ୍କୁ ଓଡ଼ିଶା କୃଷି ଉଦ୍ୟୋଗ ନିଗମ ଅଧ୍ୟକ୍ଷ, ସତ୍ୟବ୍ରତ (କୁନା) ତ୍ରିପାଠୀଙ୍କୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫଡିସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ସେହିପରି ଶ୍ରୀମୟୀ ମିଶ୍ରଙ୍କୁ ଓଡ଼ିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା, ଚିନ୍ମୟ ସାହୁଙ୍କୁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ, ମିନତି ବେହେରାଙ୍କୁ ଓଡ଼ିଶା ମହିଳା ଆୟୋଗ ଅଧ୍ୟକ୍ଷା, ସଂଗ୍ରାମ ପାଇକରାୟଙ୍କୁ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଅଧ୍ୟକ୍ଷ, ସୁରେନ୍ଦ୍ର ପ୍ରଧାନଙ୍କୁ ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡ ଉପଦେଷ୍ଟା, କୁନ ବିହାରୀ ଦାସଙ୍କୁ ଓଡ଼ିଶା ରାଜ୍ୟ ଯୁବ କଲ୍ୟାଣ ପରିଷଦ ଅଧ୍ୟକ୍ଷ ଏବଂ ସନ୍ତୋଷ ବେଜଙ୍କୁ ଓଡ଼ିଶା କୃଷି ଉଦ୍ୟୋଗ ନିଗମର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଛି।
ସେହିପରି ୮ ଜଣଙ୍କୁ ବିଭିନ୍ନ ବିଭାଗ/ଯୋଜନା ପାଇଁ ଉପଦେଷ୍ଟା ଭାବେ ନିଯୁକ୍ତ କରାଯାଇଛି। ରାମଚନ୍ଦ୍ର ପଣ୍ଡାଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଉପଦେଷ୍ଟା ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ଅନୁଭବ ପଟ୍ଟନାୟକଙ୍କୁ ବୈଦ୍ୟୁତିକ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ, ସୁଧୀର ଦାସ ଏବଂ ନିବେଦିତା ନାୟକଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଡ. ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗୀତା ବସ୍ତିଆଙ୍କୁ ମିଶନ ଶକ୍ତି, ସରୋଜିନୀ ହେମ୍ବ୍ରମଙ୍କୁ ଏସ୍‌ଟି/ଏସ୍‌ସି ବିଭାଗ ଏବଂ ସୁମିତ୍ରା ଜେନାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି।
ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ କାହାରିକୁ ନିଯୁକ୍ତ କରାଯାଇ ନ ଥିବାବେଳେ ପୂର୍ବତନ ବିଧାୟକ ଡ. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ପୂର୍ବତନ ସାଂସଦ ଡ. ପ୍ରସନ୍ନ ପାଟ୍ଟଶାଣୀଙ୍କୁ ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଏଥିସହ ଉଭୟଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପାହ୍ୟା ମିଳିଛି। ସେହିପରି ସାଧୁ ନେପକଙ୍କୁ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ସହ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ଏହାବାଦ୍‌ ଗଞ୍ଜାମ ଜିଲା ଯୋଜନା ବୋର୍ଡର ବିଶେଷଜ୍ଞ ସଦସ୍ୟ ଭାବେ ରଘୁନାଥ ନାଇଡ଼ୁ ଏବଂ ତୁମ୍ବନାଥ ପଣ୍ଡାଙ୍କୁ ନିଯୁକ୍ତି ମିଳିଥିବାବେଳେ ଜଗତସିଂହପୁର ଜିଲା ଯୋଜନା ବୋର୍ଡ ବିଶେଷଜ୍ଞ ସଦସ୍ୟ ଭାବେ ସାରଦା ଜେନା ଏବଂ ମୟୂରଭଞ୍ଜ ଜିଲା ଯୋଜନା ବୋର୍ଡ ବିଶେଷଜ୍ଞ ସଦସ୍ୟ ଭାବେ ଜିତେନ୍ଦ୍ର ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ସେହିପରି କଂଗ୍ରେସରୁ ଆସି ବିଜେଡିରେ ନିକଟରେ ଯୋଗ ଦେଇଥିବା ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କୁ ସ୍ପେଶାଲ ଡେଭଲପମେଣ୍ଟ କାଉନ୍‌ସିଲ୍‌ର ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି। ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଭାବେ କସ୍ତୁରୀ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଅନ୍ୟପକ୍ଷରେ ଗଞ୍ଜାମ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ପବିତ୍ର ପାଣିଗ୍ରାହୀ ଏବଂ ତାଳଚେର ଅନୁଗୋଳ ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ଟିଏଏମ୍‌ଡିଏ)ର ଅଧ୍ୟକ୍ଷ ଭାବେ ଅବନୀକାନ୍ତ ସାହୁଙ୍କୁ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?