୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟ ସରକାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ ବୈଠକରେ ୫ ହଜାର ୮୨୭.୨୭ କୋଟି ଟଙ୍କାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏଥିରେ ୨୫ ହଜାର ୨୯୨ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଏହି ବୈଠକରେ ନିଷ୍ପତ୍ତି ହୋଇଛି।