ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ହେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ ସମେତ ଅନ୍ୟ ୭ ସହରର ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷଙ୍କୁ ହଟାଇଛନ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ସମସ୍ତ ବିଭାଗୀୟ ସଚିବ, ଜିଲାପାଳ ଓ ବିଧାନସଭା ସଚିବଙ୍କୁ ଚିଠି ଲେଖି ବିଭିନ୍ନ ସରକାରୀ ସଂସ୍ଥା, ଉଦ୍ୟୋଗ, ନିଗମ ଓ ବିଭାଗରେ ରାଜନୈତିକ ନିଯୁକ୍ତିକୁ ତତ୍କାଳ ପ୍ରଭାବରୁ ରଦ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଅବଗତ କରାଇଛନ୍ତି। ସମସ୍ତ ରାଜନୈତିକ ନିଯୁକ୍ତିକୁ ରଦ୍ଦ କରାଗଲା। କିନ୍ତୁ ବୈଧାନିକ ପ୍ରାବଧାନ ଅନ୍ତର୍ଗତ ରାଜ୍ୟ ସରକାରଙ୍କ ନିର୍ଦ୍ଧାରିତ ପ୍ରକ୍ରିୟା ମଧ୍ୟରେ ଦିଆଯାଇଥିବା ନିଯୁକ୍ତିଗୁଡ଼ିକ ଏହି ନିର୍ଦ୍ଦେଶ ଦ୍ୱାରା ପ୍ରଭାବିତ ହେବ ନାହିଁ ବୋଲି ବିଭାଗ ସୂଚନା ଦେଇଛି। ସେହିପରି ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ପୂର୍ବର ସମସ୍ତ ନିର୍ଦ୍ଦେଶକୁ ରଦ୍ଦକରି ରାଜ୍ୟ ସରକାର ସବୁ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ), କଟକ ଉନ୍ନୟନ ପ୍ରାଧିକରଣ(ସିଡିଏ), ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣ, ସମ୍ବଲପୁର ଉନ୍ନୟନ ପ୍ରାଧିକରଣ, ରାଉରକେଲା ଉନ୍ନୟନ ପ୍ରାଧିକରଣ, ପୁରୀ-କୋଣାର୍କ ଉନ୍ନୟନ ପ୍ରାଧିକରଣ, ପାରାଦୀପ ଉନ୍ନୟନ ପ୍ରାଧିକରଣ, କଳିଙ୍ଗନଗର ଉନ୍ନୟନ ପ୍ରାଧିକରଣ ଓ ତାଳଚେର-ଅନୁଗୋଳ ମେରାମଣ୍ଡଳୀ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନଗର ଉନ୍ନୟନ ମନ୍ତ୍ରୀ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri