ନିଶା ସେବନକାରୀଙ୍କ ସଂଖ୍ୟା ବଢୁଛି ନା ନାହିଁ ତଥ୍ୟ ରଖିପାରିବେନି ସରକାର

ଭୁବନେଶ୍ୱର, ୧।୧୦(ସୁନିତ୍‌ ମିଶ୍ର)ରାଜ୍ୟରେ ନିଶାସେବନ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ଅନେକ ସମୟରେ ବିଭିନ୍ନ ସୂତ୍ରରୁ ପ୍ରକାଶ ପାଉଛି। ପ୍ରତ୍ୟେକ ଦିନ ନିଶା କାରବାର ବଢୁଥିବାରୁ ପୋଲିସଠାରୁ ଆରମ୍ଭକରି ଅବକାରୀ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିବାରେ ଲାଗିଛନ୍ତି। ହେଲେ ସରକାର ରାଜ୍ୟରେ ନିଶାସେବନ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ବଢୁଛି ନା କମୁଛି ସେନେଇ ତଥ୍ୟ ରଖିବାର ସରକାରଙ୍କ ପାଖରେ କିଛି ବ୍ୟବସ୍ଥା ନାହିଁ ବୋଲି ଅବକାରୀ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଦେଇଥିବା ଉତ୍ତର ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଧାୟକ ପ୍ରଫୁଲ୍ଲ ସାମଲ ବିଧାନସଭାରେ ଶନିବାର ପଚାରିଥିବା ଏ ସମ୍ବନ୍ଧୀୟ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏହା କହିଛନ୍ତି।

ହେଲେ ମନ୍ତ୍ରୀ ଆଉ ଜଣେ ବିଧାୟକ ପଚାରିଥିବା ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି, ରାଜ୍ୟରେ ଏନ୍‌ଡିପିଏସ୍‌ ମାମଲା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ୨୦୨୦-୨୧ ଆର୍ଥିକ ବର୍ଷର ତଥ୍ୟ ଅନୁଯାୟୀ ରାଜ୍ୟରେ ଏନ୍‌ଡିପିଏସ୍‌ କେସ୍‌ ଅନୁଯାୟୀ ୩୮୧ ମାମଲା ରୁଜୁହୋଇ ୩୯୮ ଜଣଙ୍କୁ ସରକାର ଗିରଫ କରିଥିଲେ। ୨୦୨୧-୨୨ରେ ବେଆଇନ ନିଶା କାରବାର କରି ମୋଟ୍‌ ୬୮୬ ମାମଲା ରୁଜୁ ହୋଇଥିବା ବେଳେ ୭୬୯ ଜଣଙ୍କୁ ଗିରଫ କରାଯାଇଛି। ୨୦୨୨-୨୩ ବର୍ଷର ତଥ୍ୟ ଅନୁଯାୟୀ ୧୯୪୯ ମାମଲା ରୁଜୁ ହୋଇଥିବା ବେଳେ ମୋଟ୍‌ ୨୨୩୨ ଜଣଙ୍କୁ ଗିରଫ କରାଯାଇଛି। ୨୦୨୩-୨୪ ବର୍ଷର ଏ ପର୍ଯ୍ୟନ୍ତ ୮୩୫ଟି ମାମଲା ରୁଜୁ ହୋଇ ୯୯୦ ଜଣ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri