ସୁରକ୍ଷା ଦେଇପାରୁନାହାନ୍ତି ସରକାର

ବଇଣ୍ଡା,୧୨।୬(ଡି.ଏନ.ଏ.) ଗଛ କଟା ବିରୋଧରେ ଏବେ ସବୁଠି ଶାଣିତ ହେଉଛି ସ୍ବର। ପରିବେଶ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ସମସ୍ତେ କରୁଛନ୍ତି ଦାବି। ଚାରା ରୋପଣରେ ଅଟକି ନ ଯାଇ ତାହାକୁ ବଞ୍ଚାଇବା ଉପରେ ଗୁରୁତ୍ୱ ଦେବାକୁ କରାଯାଉଛି ସଚେତନ। ହେଲେ ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ପେଡିପଥର ସେକ୍ସନ ଅଧୀନରେ ଥିବା ରାଇନାଳୀ ଜଙ୍ଗଲରୁ ଦୈନିକ ମୂଲ୍ୟବାନ ଗଛ କଟାଯାଇ ଚୋରା ଚାଲାଣ ହେଉଥିଲେ ମଧ୍ୟ ବନ ବିଭାଗ ତାହାକୁ ରୋକିପାରୁ ନାହିଁ। କାଠ ମାଫିଆମାନେ କ୍ୟାମ୍ପ କରି ଶତାଧିକ ଗଛ କାଟି ନେଉଥିବାରୁ ଏହି ଜଙ୍ଗଲ ପ୍ରତି ବିପଦ ସୃଷ୍ଟି ହୋଇଛି। ରାଇନାଳୀ ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଜଙ୍ଗଲର ସୁରକ୍ଷା ଦିଗରେ ସରକାରଙ୍କ ପକ୍ଷରୁ ଯଥେଷ୍ଟ ଧ୍ୟାନ ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ତୁରନ୍ତ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମବାସୀ ଗୁରୁବାର ଅନୁଗୋଳ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଆଠମଲ୍ଲିକ ଉପଖଣ୍ଡର ଅନେକ ଅଞ୍ଚଳ ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ। ହଣ୍ଡପା ରେଞ୍ଜରେ ଥିବା ରାଇନାଳୀ ଜଙ୍ଗଲରେ ବହୁ ମୂଲ୍ୟବାନ ଗଛ ରହିଛି। ୧୯୮୮ ମସିହାରେ ବନ ବିଭାଗ ପକ୍ଷରୁ ଏଠାରେ ୮ ହଜାର ୬୦୦ ଶାଗୁଆନ, ଶାଳ, ଶିଶୁ ଗଛ ଲଗାଯାଇଥିଲା। ଏହି ଗଛଗୁଡିକ ବଡ ହୋଇଯାଇଥିବାରୁ ଏହା ଉପରେ କାଠ ମାଫିଆଙ୍କ ନଜର ପଡ଼ିଛି। ସେମାନେ ରାତିରେ ଜଙ୍ଗଲରେ ଅସ୍ଥାୟୀ କ୍ୟାମ୍ପ କରି ଦାମୀ ଗଛଗୁଡିକୁ କଟରରେ କାଟି ଅନ୍ୟ ସ୍ଥାନରେ ଲୁଚାଇ ରଖୁଛନ୍ତି। ପରେ ତାହାକୁ ପଟା କରି ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଚାଲାଣ କରୁଛନ୍ତି। ଅନେକ ସମୟରେ ନାମୀଦାମୀ ଗାଡ଼ିରେ ଏହି ଚୋରା କାଠ, ପଟା ଚାଲାଣ କରାଯାଉଥିଲେ ମଧ୍ୟ ବନ ବିଭାଗ ପକ୍ଷରୁ ସେପରି ପଦକ୍ଷେପ ନିଆଯାଉ ନାହିଁ। ଏ ପରିକି ବନ କର୍ମଚାରୀମାନେ ରାତିରେ ଠିକ୍‌ ଭାବେ ପାଟ୍ରୋଲିଂ କରୁନାହାନ୍ତି। ସୁରକ୍ଷା କ୍ଷେତ୍ରରେ ବନ ବିଭାଗର ଏପରି ଅବହେଳାର ସୁଯୋଗ ନେଇ କାଠ ମାଫିଆମାନେ ସେମାନଙ୍କ କାର୍ଯ୍ୟକଳାପକୁ ଜୋର୍‌ଦାର କରିଛନ୍ତି। କେତେଜଣ ମାଫିଆ ବନ ବିଭାଗର କେତେଜଣ ତଳିଆ କର୍ମଚାରୀଙ୍କୁ ହାତ କରି ନିର୍ଭୟରେ କାରବାର ଚଳାଇଛନ୍ତି। ଦୀର୍ଘଦିନ ହେଲା ଚାଲିଥିବା ଅବାଧ କାଠ ଚାଲାଣକୁ ରୋକା ନ ଗଲେ ଆଗାମୀ ଦିନରେ ଏହି ଜଙ୍ଗଲ ଧ୍ବଂସ ପାଇଯିବ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?