ସ୍ପଷ୍ଟ କଲେ ସରକାର: ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ଭୁବନେଶ୍ୱର,୭।୧୦: ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର। ସୋମବାର ଦିନ ତମାମ ଖବର ଚାଲିଥିଲା ଯେ, ଯେଉଁ ହିତାଧିକାରୀମାନଙ୍କୁ ଖାତାକୁ ଦ୍ୱିତୀୟ ପର୍ଯ୍ୟାୟରେ ଟଙ୍କା ଆସିବ ସେମାନଙ୍କ ଖଟକୁ ସରକାର ଏକ ଟଙ୍କା ପଠାଇଛନ୍ତି।

ତେବେ ସନ୍ଧ୍ୟାରେ ସରକାରଙ୍କ ପକ୍ଷରୁ ଏହି ଖବରକୁ ଖଣ୍ଡନ କରାଯାଇଛି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ। ସୋସିଆଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଉଛି।

ସୂଚନା ମୁତାବକ ଆସନ୍ତା ଅକ୍ଟୋବର ୯ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।

ଅନ୍ୟପଟେ ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri