ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ପାଇଁ ବଢ଼ାଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ନଭେମ୍ବର ୨୭ରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଡିସେମ୍ବର ୪ରେ ସରିବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ତେବେ ରବିବାର ଗୋଟିଏ ଦିନରେ ୧୦ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ବୁଲିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଉ ଗୋଟିଏ ଦିନ ବାଲିଯାତ୍ରାକୁ ବୃଦ୍ଧି କରାଯାଇଛି।