ବୀମା କ୍ଷତି ପଞ୍ଜୀକରଣ ଲାଗି ଅବଧି ବଢ଼ାଇଲେ ସରକାର, ଏହି ଦିନ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଛତ୍ରପୁର,୩୦ା୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଚାଷୀମାନଙ୍କର ଫସଲ କ୍ଷୟକ୍ଷତି ହୋଇଛି। ଯେଉଁ ଚାଷୀଗଣ ବୀମାଭୁକ୍ତ ଓ ପ୍ରିମିୟମ ରାଶି ପ୍ରଦାନ କରିଛନ୍ତି ସେମାନେ ୨୯ ତାରିଖ ସୁଦ୍ଧା ପଞ୍ଜୀକରଣ କରିବାକୁ ଦିନ ଧାର୍ଯ୍ୟ ହୋଇଥିଲା। ବହୁ ଚାଷୀ ପଞ୍ଜୀକରଣ କରି ନ ଥିବାରୁ ୩୦ ତାରିଖ ସନ୍ଧ୍ୟା ସୁଦ୍ଧା ଏହାର ଅବଧି ବୃଦ୍ଧି ଘୋଷଣା ମୁଖ୍ୟମନ୍ତ୍ରୀ ମୋହନ ଚାରଣ ମାଝୀ ଛତ୍ରପୁରଠାରେ ରବିବାର କରିଥିଲେ। ଏପରିକି ଏହାର ଅବଧି ବୃଦ୍ଧି ଲାଗି କେନ୍ଦ୍ର ସରକାରଙ୍କୁ ନିବେଦନ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ଆସନ୍ତା ୧ଜାନୁଆରୀ ୨୦୨୫ ପଞ୍ଜୀକରଣ କରାଇବା ନିମନ୍ତେ ଶେଷ ତାରିଖ ଘୋଷଣା ହୋଇଛି। ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଆହୁରି ୭୨ ଘଣ୍ଟା ବୃଦ୍ଧି କରିଛନ୍ତି। ନୂଆବର୍ଷରେ ପଞ୍ଜୀକରଣ କରାଇ ନିଅନ୍ତୁ। ଶେଷ ସମୟ ଥିବାରୁ ଅନେକ ଚାଷୀ ହେଲ୍ପଲାଇନ ନମ୍ବରରେ ପଞ୍ଜୀକରଣ ବେଳେ ଅଧିକ ଚାପ ପଡ଼ୁଥିବା ଏବଂ ଦୁର୍ଗମ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା ଦେଖା ଦେଇଥିବା ହେତୁ ଏହି ସମୟସୀମା ବୃଦ୍ଧି ହୋଇଛି। ଏଣୁ ଚାଷୀ ନିର୍ଦ୍ଧାରିତ ତାରିଖ ମଧ୍ୟରେ ପଞ୍ଜୀକରଣ କରାଇବା ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?