ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି।
ନିଷ୍ପତି ଅନୁଯାୟୀ, ବ୍ରହ୍ମପୁର ମେଡିକାଲ କଲେଜରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ନିଯୁକ୍ତି କରାଯିବ। କୋଭିଡ୍‌ ପରିଚାଳନାରେ ସେ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ସହାୟତା କରିବେ। ଏମ୍‌କେସିଜିର ଶିଶୁ ରୋଗ ଓ୍ବାର୍ଡକୁ ୧୦୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟରରେ ପରିଣତ କରାଯିବ। ଏହା ଜିଲାପାଳଙ୍କ ତତ୍ତ୍ୱାବଧାନରେ ରହିବ। ସେହିପରି ବିଦ୍ୟୁତ୍‌ପୁରରେ ୧୫୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର କରାଯିବ। ବ୍ରହ୍ମପୁର ମହାନଗର ନିଗମ ପରିସରରେ ଥିବା ଶିଶୁମନ୍ଦିରରେ ୧୫୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର କରାଯିବ। ଏହା ବ୍ରହ୍ମପୁର ମହାନଗର ନିଗମ ଦ୍ୱାରା ପରିଚାଳିତ ହେବ। ସିଟି ହସ୍ପିଟାଲ କୋଭିଡ୍‌ ରୋଗୀଙ୍କୁ ଚିକିତ୍ସା ସୁବିଧା ଯୋଗାଇବ। ଅମ୍ଳଜାନ ସ୍ତର କମ୍‌ ଥାଇ ବିଳମ୍ବରେ ଚିକିତ୍ସା ପାଇଁ ଆସୁଥିବା ରୋଗୀମାନଙ୍କ ସକାଶେ ପ୍ରତ୍ୟେକ କୋଭିଡ୍‌ କେୟାର ସେଣ୍ଟର ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୧୦ ପ୍ରତିଶତ ଶଯ୍ୟା ସଂରକ୍ଷିତ ରହିବ ବୋଲି ନିଷ୍ପତି ହୋଇଛି। ସେହିପରି ହୋମ୍‌ ଆଇସୋଲେଶନ୍‌ରେ ଥିବା ରୋଗୀମାନଙ୍କୁ ମେଡିସିନ, ଟିକା ଯୋଗାଇ ଦେବା ସହିତ ଓଡ଼ଆରେ ଔଷଧ ଖାଇବା ସୂଚନା ଦିଆଯିବ। ରୋଗୀଙ୍କ ଯତ୍ନ ନେଉଥିବା ବ୍ୟକ୍ତି ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ଉପଦେଶ ସହିତ ଆଇସି ସାମଗ୍ରୀ ଯୋଗାଇ ଦିଆଯିବ। ବ୍ରହ୍ମପୁର, ଗୋପାଳପୁରରେ ଥିବା ହୋଟେଲଗୁଡିକୁ ଜିଲାପାଳ କୋଭିଡ୍‌ ଯୁଦ୍ଧରେ ଆଗରେ ଥିବା ଡାକ୍ତର ଓ ଅନ୍ୟମାନଙ୍କ ରହଣି ନିମନ୍ତେ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri