ଫସଲ କ୍ଷୟକ୍ଷତି ରିପୋର୍ଟ ମାଗିଲେ ସରକାର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ଧାନ ସହିତ ପନିପରିବା ଫସଲ ମଧ୍ୟ ନଷ୍ଟ ହୋଇଛି। ତେଣୁ ଫସଲ କ୍ଷୟକ୍ଷତି ରିପୋର୍ଟ ଜିଳାପାଳଙ୍କୁ ମଗାଯାଇଛି। ୭ ଦିନ ଭିତରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୋମବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସୂଚନା ଦେଇଛନ୍ତି। ଯେଉଁ ଚାଷୀମାନେ ପ୍ରଭାବିତ ହୋଇଥିବେ ରିଲିଫ କୋଡ୍‌ ଅନୁସାରେ ସେମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଅପରପକ୍ଷେ ‘ଜୱାଦ’ ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ସହିତ ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନ ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ଉପକୂଳ ତଥା ସଂଲଗ୍ନ ଜିଲାଗୁଡ଼ିକରେ ପାଗ ମେଘୁଆ ରହିଛି। ମଙ୍ଗଳବାରଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏଥିସହ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇ ସ୍ବାଭାବିକ ଶୀତ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।
ତେବେ ରବିବାର ରାତିରୁ ସୋମବାର ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିଲା। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଏହି ସମୟରେ ଏରସମାରେ ସର୍ବାଧିକ ୨୩୪ ମି.ମି. ବର୍ଷା ହୋଇଥିବାବେଳେ ପାରାଦୀପରେ ୨୦୦.୫, ବାଲିକୁଦରେ ୧୫୪, କୁଜଙ୍ଗ ୧୪୦, ନୁଆଗାଁ ୧୩୧, ମାର୍ଶାଘାଇ ୧୨୮, ଗରଦପୁର ୧୨୮, ରାଜନଗର ୧୧୮, କାକଟପୁର ୧୧୭.୨, ତିର୍ତ୍ତୋଲ ୧୧୫, ଅସ୍ତରଙ୍ଗ ୧୦୯, ମହାକାଳପଡ଼ା ୧୦୩ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେପଟେ ରାଜସ୍ବ ବିଭାଗର ରିପୋର୍ଟ ଅନୁସାରେ, ରାଜ୍ୟରେ ଡିସେମ୍ବର ୪ରୁ ୬ ତାରିଖ ମଧ୍ୟରେ ୩୫.୮ ମି.ମି. ବୃଷ୍ଟିପାତ ହୋଇଛି। ୩ ଜିଲାରେ ୧୦୦ ମି.ମି.ରୁ ଅଧିକ ବର୍ଷା ହୋଇଛି। ସେହି ଜିଲାଗୁଡ଼ିକ ହେଲା ଜଗତ୍‌ସିଂହପୁର ୧୯୨ ମି.ମି., କେନ୍ଦ୍ରାପଡ଼ା ୧୩୩.୯ ମି.ମି. ଏବଂ ପୁରୀରେ ୧୧୩.୫ ମି.ମି.। ସେହିଭଳି ଖୋର୍ଦ୍ଧାରେ ୭୪.୮ ମି.ମି., ଗଞ୍ଜାମ ୭୩.୩ ମି.ମି., କଟକ ୬୧.୮ ମି.ମି., ବାଲେଶ୍ୱରରେ ୫୩.୪ ମି.ମି., ନୟାଗଡ଼ରେ ୫୨.୩ ମିମି ଏବଂ ଭଦ୍ରକରେ ୫୧.୬ ମିମି ଅର୍ଥାତ୍‌ ଏହି ୬ଟି ଜିଲାରେ ହାରାହାରି ୫୦ ମି.ମି. ବୃଷ୍ଟିପାତ ହୋଇଛି। ୮ ଜିଲାରେ ହାରାହାରି ବୃଷ୍ଟିପାତ ୧୦ମି.ମି.ରୁ ଅଧିକ ଓ ୧୨ ଜିଲାରେ ଏହାଠାରୁ କମ୍‌ ପରିମାଣର ବର୍ଷା ହୋଇଥିବା ରାଜସ୍ବ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri