ସରକାର ଦୁର୍ନୀତିକୁ ଘଣ୍ଟ ଘୋଡ଼ାଉଛନ୍ତି: ନରସିଂହ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୨୨୫୨.୮୪ କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ୨୨୪୧.୩୪ କୋଟି ଟଙ୍କା କାର୍ଯ୍ୟକ୍ରମ ବାବଦରେ ଖର୍ଚ୍ଚ ପାଇଁ ଧାର୍ଯ୍ୟ ହୋଇଥିବାବେଳେ ପ୍ରଶାସନିକ ଖର୍ଚ୍ଚ ବାବଦରେ ୧୧.୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି।
ଶନିବାର ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଖର୍ଚ୍ଚ ଦାବି ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ, ୨୦୨୦-୨୧ ଆର୍ଥତ୍କ ବର୍ଷରେ ସାମଗ୍ରିକ ବ୍ୟୟ ଅଟକଳ ୧୮,୧୦୫.୮୪ କୋଟି ରଖାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଏବଂ ବିଜୁ ପକ୍କା ଘର ଯୋଜନା ଅଧୀନ ୬,୮୯,୯୯୦ ପକ୍କାଘର ନିର୍ମାଣ ନିମନ୍ତେ ୩,୯୬୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ୨,୧୫,୦୦୦ ଗୃହ ନିର୍ମାଣ ଶେଷ ହୋଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଧାର୍ଯ୍ୟଲକ୍ଷ୍ୟ ପୂରଣ ନିମନ୍ତେ ୧୫୧୪ କୋଟି ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତାବିତ ହୋଇଛି।

୨୦୨୦-୨୧ ଆର୍ଥତ୍କ ବର୍ଷରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ପାଇଁ ୧୫୦୦ କୋଟି ଟଙ୍କା ଓ ଜାତୀୟ ଗ୍ରାମୀଣ ଜୀବିକା ମିଶନ (ଏନ୍‌ଆର୍‌ଏଲ୍‌ଏମ୍‌) ସକାଶେ ୭୮୧.୫୭ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଅତିରିକ୍ତ ବଜେଟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ୭୦୦ କୋଟି ଟଙ୍କା ଏବଂ ଦୀନ୍‌ଦୟାଲ ଅନ୍ତ୍ୟୋଦୟ ଯୋଜନା -ଏନ୍‌ଆରଏଲ୍‌ଏମ୍‌ ପାଇଁ ୮.୯୧ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ଖର୍ଚ୍ଚ ଦାବି ଆଲୋଚନାରେ ଅଂଶଗ୍ରହଣ କରି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସରକାରଙ୍କୁ କଡ଼ାଭାଷାରେ ସମାଲୋଚନା କରିଥିଲେ। ସେ କହିଥିଲେ, ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକୁ ସ୍ବତନ୍ତ୍ର କ୍ଷମତା ଦେବା କଥା। ସରକାର କ୍ଷମତା ହସ୍ତାନ୍ତର କରିବା ପାଇଁ କୌଣସି ବ୍ୟବସ୍ଥା ନ କରି କେବଳ କାର୍ଯ୍ୟକାରୀ ଏଜେନ୍ସି କରି ରଖିଛନ୍ତି। ଦୁର୍ନୀତିକୁ ଘଣ୍ଟ ଘୋଡାଯାଉଛି। ବଲାଙ୍ଗୀର ଜିଲାରେ ଅଧିକାଂଶ ସ୍ଥାନକୁ ପାଇପ୍‌ ପାଣି ନାହିଁ। ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଉଥିବା କହି ବାହୁସ୍ଫୋଟ ମାରୁଛନ୍ତି। ଓଭର ହେଡ୍‌ ଟାଙ୍କିକୁ ପାଣି ଯାଉନି। ଲୋକମାନଙ୍କୁ ପିଇବା ପାଣି ମିଳୁନି। ସରକାର ପାନୀୟ ଜଳ ଯୋଗାଇବାରେ ଫେଲ୍‌ ମାରିଛନ୍ତି କହି ସେ ଖର୍ଚ୍ଚ ଦାବିକୁ ବିରୋଧ କରିଥିଲେ। କଂଗ୍ରେସ ସଭ୍ୟ ଅଧିରାଜ ପାଣିଗ୍ରାହୀ ମଧ୍ୟ ଖର୍ଚ୍ଚ ଦାବିକୁ ବିରୋଧ କରିଥିଲେ।

ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବିକୁ ସମର୍ଥନ କରି ବିଜେଡି ସଭ୍ୟ ଅତନୁ ସବ୍ୟସାଚୀ ନାୟକ କହିଥିଲେ, ପଞ୍ଚାୟତିରାଜ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ । ବିଜୁବାବୁ ପଞ୍ଚାୟତିରାଜ ବ୍ୟବସ୍ଥାକୁ ନେଇ ଦେଖିଥିବା ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ପୂରଣ କରୁଛନ୍ତି। କୋଭିଡ୍‌ ପରିଚାଳନାରେ ପଞ୍ଚାୟତିରାଜ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ବୋଲି କହିଛନ୍ତି। ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ, ପ୍ରୀତିରଞ୍ଜନ ଘଡାଇ, ସୁଧୀର ସାମଲ, ଲତିକା ପ୍ରଧାନ ପ୍ରମୁଖ ଅଂଶଗ୍ରହଣ କରି ସରକାରଙ୍କ ଗୁଣଗାନ କରିବା ସହ ଖର୍ଚ୍ଚ ଦାବି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ସମସ୍ତ ବିଭାଗର ଖର୍ଚ୍ଚ ଦାବିକୁ ଗିଲୋଟିନ୍‌ରେ ପାରିତ କରାଇଥିଲେ। ରବିବାର ବିଧାନସଭାରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ଅନୁମୋଦନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri