ପରୀକୁ ନ୍ୟାୟ ଦେବାରେ ସରକାର ବିଫଳ

ନୟାଗଡ଼ ଅଫିସ,୧୦ା୧୨:ଶିଶୁକନ୍ୟା ପରୀକୁ ନ୍ୟାୟ ଦେବାରେ ରାଜ୍ୟ ସରକାରଙ୍କ ବିଫଳତା ପ୍ରତିବାଦରେ ଭାଜପା ଓ କଂଗ୍ରେସ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଭାଜପା ପଦଯାତ୍ରା କରିବାକୁ ନିଷ୍ପତ୍ତି ନେଇଛି। କଂଗ୍ରେସ ‘ପରୀ ନ୍ୟାୟ ରଥ’ ପରିକ୍ରମା କରାଇ ଲୋକଙ୍କ ପାଖକୁ ଯାଇ ଦସ୍ତଖତ ସଂଗ୍ରହ କରିବ। ଡିସେମ୍ବର ୨୧ରେ ଭୁବନେଶ୍ୱରରୁ ପରୀର ଗଁା ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରକୁ ଭାଜପା ପଦଯାତ୍ରା କରିବ ବୋଲି ଭାଜପା ସାଧାରଣ ସମ୍ପାଦକ ପୃଥିରାଜ ହରିଚନ୍ଦନ ଭୁବନେଶ୍ୱରରେ ବୁଧବାର ସୂଚନା ଦେଇଛନ୍ତି। ହରିଚନ୍ଦନ କହିଛନ୍ତି, ଡିସେମ୍ବର ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ୧୪୭ ନିର୍ବାଚନମଣ୍ଡଳୀରେ ଭାଜପା ପଦଯାତ୍ରା କରିବ। ପରୀକୁ ନ୍ୟାୟ ଦେବା ପାଇଁ ଭାଜପାର ପଦଯାତ୍ରା ନିଶ୍ଚିତ ଭାବେ ରାଜ୍ୟ ସରକାରଙ୍କ ଉପରେ ଚାପ ପକାଇବ। ସେହିପରି ନୟାଗଡ଼ ଜିଲା କଂଗ୍ରେସ ସଭାପତି ରଣଜିତ ଦାଶ କହିଛନ୍ତି, ପରୀକୁ ନ୍ୟାୟ ପ୍ରଦାନରେ ଅହେତୁକ ବିଳମ୍ବ ପାଇଁ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବି କରାଯାଇଛି। ସେହିଭଳି ନୟାଗଡ଼ ବିଧାୟକ ତଥା କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଲକ୍ଷ୍ମୀପ୍ରସାଦ ସରପଞ୍ଚଙ୍କ ସହ କଥୋପକଥନର ଭାଇରାଲ ଅଡିଓ ସ୍ବରରୁ ପରୀ ଅପରାଧୀଙ୍କୁ ଘଣ୍ଟ ଘୋଡାଇବାକୁ ମନ୍ତ୍ରୀ ଚେଷ୍ଟା କରୁଥିବା ସ୍ପଷ୍ଟ ହୋଇଛି। ତେଣୁ ମନ୍ତ୍ରୀଙ୍କ ଗିରଫ ସହ ତାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଅନୁରୂପ ଦାବି କରାଯାଇଛି। ଏଥିପାଇଁ ପରୀ ନ୍ୟାୟ ରଥର ବ୍ୟବସ୍ଥା କରାଯାଇଛି। ୧୩ରୁ ୧୭ ଡିସେମ୍ବର ପର୍ଯ୍ୟନ୍ତ ପରୀ ନ୍ୟାୟ ରଥ ନୟାଗଡ଼ ଜିଲା ପରିକ୍ରମା କରିବ। ଏହି ଆନ୍ଦୋଳନରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ରହିଛି। ନୟାଗଡ଼ ଦକ୍ଷିଣକାଳୀ ମନ୍ଦିରରେ ୧୩ ତାରିଖ ପୂର୍ବାହ୍ନ ୧୦ଟାରେ ପୂଜାର୍ଚ୍ଚନା ପରେ ରଥ ଗଡ଼ିବ। ଏହି ରଥ ପରିକ୍ରମା ସମୟରେ ଦସ୍ତଖତ ସଂଗ୍ରହ କରାଯିବ। ଏହି ପରିପ୍ରେକ୍ଷୀରେ ୫୦ ହଜାର ଜିଲାବାସୀଙ୍କ ସ୍ବାକ୍ଷର ସଂଗ୍ରହ କରାଯିବ। ପରେ ଏହି ଦସ୍ତଖତକୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ପ୍ରଦାନ କରିବେ ବୋଲି ସେ କହିଛନ୍ତି। କଂଗ୍ରେସ ନେତା ପ୍ରଦୀପ ମାଝିଙ୍କ ସୂଚନା ଅନୁସାରେ କଂଗ୍ରେସ ମଧ୍ୟ ପଛକୁ ହଟିବ ନାହିଁ। କାରଣ ପରୀକୁ ନ୍ୟାୟ ଦେବା ପାଇଁ କଂଗ୍ରେସ ପ୍ରଥମରୁ ଆନ୍ଦୋଳନ କରି ଆସିଛି। ଆଗକୁ ଆନ୍ଦୋଳନ ଜୋରଦାର ହେବ। ଏଥିପାଇଁ ରାଜ୍ୟ ସ୍ତରରେ ବିଚାରବିମର୍ଶ ଚାଲିଛି। ଖୁବ୍‌ଶୀଘ୍ର ରାଜରାସ୍ତାକୁ ଦଳ ଓହ୍ଲାଇବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri