ପରୀକୁ ନ୍ୟାୟ ଦେବାରେ ସରକାର ବିଫଳ

ନୟାଗଡ଼ ଅଫିସ,୧୦ା୧୨:ଶିଶୁକନ୍ୟା ପରୀକୁ ନ୍ୟାୟ ଦେବାରେ ରାଜ୍ୟ ସରକାରଙ୍କ ବିଫଳତା ପ୍ରତିବାଦରେ ଭାଜପା ଓ କଂଗ୍ରେସ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଭାଜପା ପଦଯାତ୍ରା କରିବାକୁ ନିଷ୍ପତ୍ତି ନେଇଛି। କଂଗ୍ରେସ ‘ପରୀ ନ୍ୟାୟ ରଥ’ ପରିକ୍ରମା କରାଇ ଲୋକଙ୍କ ପାଖକୁ ଯାଇ ଦସ୍ତଖତ ସଂଗ୍ରହ କରିବ। ଡିସେମ୍ବର ୨୧ରେ ଭୁବନେଶ୍ୱରରୁ ପରୀର ଗଁା ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରକୁ ଭାଜପା ପଦଯାତ୍ରା କରିବ ବୋଲି ଭାଜପା ସାଧାରଣ ସମ୍ପାଦକ ପୃଥିରାଜ ହରିଚନ୍ଦନ ଭୁବନେଶ୍ୱରରେ ବୁଧବାର ସୂଚନା ଦେଇଛନ୍ତି। ହରିଚନ୍ଦନ କହିଛନ୍ତି, ଡିସେମ୍ବର ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ୧୪୭ ନିର୍ବାଚନମଣ୍ଡଳୀରେ ଭାଜପା ପଦଯାତ୍ରା କରିବ। ପରୀକୁ ନ୍ୟାୟ ଦେବା ପାଇଁ ଭାଜପାର ପଦଯାତ୍ରା ନିଶ୍ଚିତ ଭାବେ ରାଜ୍ୟ ସରକାରଙ୍କ ଉପରେ ଚାପ ପକାଇବ। ସେହିପରି ନୟାଗଡ଼ ଜିଲା କଂଗ୍ରେସ ସଭାପତି ରଣଜିତ ଦାଶ କହିଛନ୍ତି, ପରୀକୁ ନ୍ୟାୟ ପ୍ରଦାନରେ ଅହେତୁକ ବିଳମ୍ବ ପାଇଁ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବି କରାଯାଇଛି। ସେହିଭଳି ନୟାଗଡ଼ ବିଧାୟକ ତଥା କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଲକ୍ଷ୍ମୀପ୍ରସାଦ ସରପଞ୍ଚଙ୍କ ସହ କଥୋପକଥନର ଭାଇରାଲ ଅଡିଓ ସ୍ବରରୁ ପରୀ ଅପରାଧୀଙ୍କୁ ଘଣ୍ଟ ଘୋଡାଇବାକୁ ମନ୍ତ୍ରୀ ଚେଷ୍ଟା କରୁଥିବା ସ୍ପଷ୍ଟ ହୋଇଛି। ତେଣୁ ମନ୍ତ୍ରୀଙ୍କ ଗିରଫ ସହ ତାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଅନୁରୂପ ଦାବି କରାଯାଇଛି। ଏଥିପାଇଁ ପରୀ ନ୍ୟାୟ ରଥର ବ୍ୟବସ୍ଥା କରାଯାଇଛି। ୧୩ରୁ ୧୭ ଡିସେମ୍ବର ପର୍ଯ୍ୟନ୍ତ ପରୀ ନ୍ୟାୟ ରଥ ନୟାଗଡ଼ ଜିଲା ପରିକ୍ରମା କରିବ। ଏହି ଆନ୍ଦୋଳନରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ରହିଛି। ନୟାଗଡ଼ ଦକ୍ଷିଣକାଳୀ ମନ୍ଦିରରେ ୧୩ ତାରିଖ ପୂର୍ବାହ୍ନ ୧୦ଟାରେ ପୂଜାର୍ଚ୍ଚନା ପରେ ରଥ ଗଡ଼ିବ। ଏହି ରଥ ପରିକ୍ରମା ସମୟରେ ଦସ୍ତଖତ ସଂଗ୍ରହ କରାଯିବ। ଏହି ପରିପ୍ରେକ୍ଷୀରେ ୫୦ ହଜାର ଜିଲାବାସୀଙ୍କ ସ୍ବାକ୍ଷର ସଂଗ୍ରହ କରାଯିବ। ପରେ ଏହି ଦସ୍ତଖତକୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ପ୍ରଦାନ କରିବେ ବୋଲି ସେ କହିଛନ୍ତି। କଂଗ୍ରେସ ନେତା ପ୍ରଦୀପ ମାଝିଙ୍କ ସୂଚନା ଅନୁସାରେ କଂଗ୍ରେସ ମଧ୍ୟ ପଛକୁ ହଟିବ ନାହିଁ। କାରଣ ପରୀକୁ ନ୍ୟାୟ ଦେବା ପାଇଁ କଂଗ୍ରେସ ପ୍ରଥମରୁ ଆନ୍ଦୋଳନ କରି ଆସିଛି। ଆଗକୁ ଆନ୍ଦୋଳନ ଜୋରଦାର ହେବ। ଏଥିପାଇଁ ରାଜ୍ୟ ସ୍ତରରେ ବିଚାରବିମର୍ଶ ଚାଲିଛି। ଖୁବ୍‌ଶୀଘ୍ର ରାଜରାସ୍ତାକୁ ଦଳ ଓହ୍ଲାଇବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri