ପରିକ୍ରମା ପ୍ରକଳ୍ପ ନାଁରେ ଜଗନ୍ନାଥ ସଂସ୍କୃତିକୁ ଆଘାତ ଦେଇଛନ୍ତି ସରକାର

ଭୁବନେଶ୍ୱର,୬।୨(ସୁନିତ୍‌ ମିଶ୍ର):ରାଜ୍ୟର ବିଭିନ୍ନ ଜନପ୍ରସଙ୍ଗ, ସାଧାରଣ ଲୋକଙ୍କ ମୌଳିକ ସମସ୍ୟା ଏବଂ ସାମ୍ପ୍ରତିକ ସାମାଜିକ ଓ ରାଜନୈତିକ ପରିସ୍ଥିତିକୁ ନେଇ ଭାଜପା ବିଧାନସଭା ଅଧିବେଶନରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତ ସରକାରଙ୍କୁ ଜବାବ ତଲବ କରିବ। ବିଶେଷ ଭାବେ ପରିକ୍ରମା ପ୍ରକଳ୍ପ ନାମରେ ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ପ୍ରତି କୁଠାରାଘାତ, ନୂଆ-ଓଡ଼ିଶା ନାମରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ବିଜେଡିର ଦଳୀୟ ରାଜନୀତିକରଣ, ବିଭିନ୍ନ ବିଭାଗ ପାଇଁ ବଜେଟରେ ବ୍ୟୟବରାଦ ଟଙ୍କା ଖର୍ଚ୍ଚ କରି ନ ପାରିବା, ମଦର ପ୍ରଚାର ପ୍ରସାର ଏବଂ ବିପୁଳ କଳାଟଙ୍କା ଜବତ ଆଦି ପ୍ରସଙ୍ଗକୁ ଭାଜପା ଜୋରଦାର କରିବ। ସେହିପରି ରାଜ୍ୟ ସରକାରଙ୍କ ଆଦିବାସୀମାରଣ ନୀତି, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ଅବ୍ୟବସ୍ଥିତ ଧାନ ମଣ୍ଡି, ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି ସମେତ ବ୍ୟାପକ ଭ୍ରଷ୍ଟାଚାର, ବ୍ୟଭିଚାର ଆଦି ଜନବିରୋଧୀ ପ୍ରସଙ୍ଗରେ ବିଧାନସଭାରେ ରାଜ୍ୟ ସରକାରଙ୍କୁ ଘେରିବ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ କହିଛନ୍ତି। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକ ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ବିଧାୟକମାନେ ଉପସ୍ଥିତ ରହି ରଣନୀତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ବୈଠକ ସମ୍ପର୍କରେ ସୂଚନା ଦେଇ ବିରୋଧୀ ଦଳ ମୁଖ୍ୟ ସଚେତକ କହିଛନ୍ତି, ବିଜେଡି ଶାସନରେ ଓଡ଼ିଶାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ଚରମସୀମା ଅତିକ୍ରମ କରିଛି। ଯାହା ୨୪ ବର୍ଷ ଶାସନରେ ସ୍ପଷ୍ଟ ହୋଇଛି। ପ୍ରଭୁ ଜଗନ୍ନାଥଙ୍କୁ ନେଇ ରାଜନୀତି କରୁଥିବା ବିଜେଡି ସରକାର ଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଜଳାଞ୍ଜଳି ଦେଇଛନ୍ତିା ଶିକ୍ଷାନୁଷ୍ଠାନ ‘ନୂଆ-ଓ’ କାର୍ଯ୍ୟକ୍ରମ କେବଳ ଏକ ପ୍ରହସନ ଏବଂ ଏହାଦ୍ୱାରା ଶୈକ୍ଷିକ ବାତାବରଣ ନଷ୍ଟ ହେବା ସହିତ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ରାଜ୍ୟ ସରକାର ଖେଳୁଛନ୍ତି। ଶିକ୍ଷା ବ୍ୟବସ୍ଥାକୁ ସୁଧାରିବାରେ ବିଫଳ ରାଜ୍ୟ ସରକାର ପାଠପଢ଼ାକୁ ବନ୍ଦ କରିଦେଇ ଛାତ୍ରୀଛାତ୍ରଙ୍କୁ ନାଚ, ଗୀତ, ଖେଳ କରିବା ନଁାରେ ମଦ, ମାଂସ ଖୁଆଇ ମାତାଲ କରିବା ଯୋଜନା କରିଛନ୍ତି। ୨୪ ବର୍ଷ ଶାସନରେ ଓଡ଼ିଆ କେବଳ ନିର୍ଯ୍ୟାତିତ ହୋଇଛନ୍ତି। ଓଡ଼ିଶାକୁ ଲୁଟି ରାଜ୍ୟବାସୀଙ୍କୁ ‘ବିକାଶ ନାଁରେ ବିନାଶ’ ଚିତ୍ର ଦେଖାଯାଉଛି ବୋଲି ମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri